ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦୁଇ ବିଜେପି ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର । ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଉଭୟ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ସେହିପରି ସ୍ଵାଧୀନ ପ୍ରାର୍ଥୀ ଭାବେ ବରିଷ୍ଠ ନେତା ଦିଲ୍ଲୀପ ରାୟ ନାମାଙ୍କନ ଭରିଛନ୍ତି। 

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଥିବାରୁ ସକାଳେ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ କମନ କ୍ୟାଣ୍ଡିଡେଟ୍‌ ଡ. ଦତ୍ତେଶ୍ୱର ହୋତା ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି । ଆଉ ଏବେ ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

ରାଜ୍ୟସଭା ୪ର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସ ସମର୍ଥନରେ ଡ. ଦତ୍ତେଶ୍ୱର ହୋତା ନିର୍ବାଚନ ଲଢୁଥିବାବେଳେ ସ୍ଵାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟଙ୍କୁ ବିଜେପି ସମର୍ଥନ ଦେବ ବୋଲି ସୂଚନା ମିଳିଛି । ତେବେ ନାମାଙ୍କନ ଦାଖଲ ପରେ ୨୦୦୨ ପରି ଜିତାପଟ ହାସଲ କରିବି ବୋଲି କହିଛନ୍ତି ଦିଲ୍ଲୀପ । 

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର