ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହ ମନ୍ତ୍ରୀ। କଟକ, ଭୁବନେଶ୍ବର, ପାରାଦୀପରେ ରହିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଆଉ କିଛି ସମୟ ପରେ କଟକ ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପାରାଦୀପ ଗସ୍ତରେ ଯାଇ ସେଠାରେ IFFCOର ସଲଫରିକ୍ ଏସିଡ୍ ଫ୍ଲାଣ୍ଟର ଉଦଘାଟନ କରିବେ। ପରେ ଭୁବନେଶ୍ବର ଉପକଣ୍ଠ ଇନଫୋଭ୍ୟାଲିରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ସେହିପରି ଆଜିଠାରୁ ଭୁବନେଶ୍ୱର ୟୁନିଟ୍ ୩ ପ୍ରଦର୍ଶନୀ ପଡିଆରେ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଆୟୋଜିତ ହେଉଛି। ଏହି ପ୍ରଦର୍ଶନୀକୁ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ। ଆସନ୍ତା ୭ରୁ ୧୦ ତାରିଖ ପଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ପ୍ରଦର୍ଶନୀ ଖୋଲା ରହିବ। ସେହିଭଳି ଦେଶର ବିଭିନ୍ନ ସ୍ଥାନରେ ୮୮୯.୩୧ କୋଟି ଟଙ୍କା ବ୍ୟୟରେ ୫ଟି ବଡ଼ ପ୍ରକଳ୍ପର ଉଦଘାଟନ କରିବେ ଶାହ। ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର