ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

Madhusudan Das Picture
Published On

ଭୁବନେଶ୍ୱର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ଭୁବନେଶ୍ୱରରେ ପାହାଳ ଥାନା ଅନନ୍ତପୁରରେ ଏହି ସଡ଼କ ଦୁର୍ଘଟଣା ହୋଇଛି । ହାଇୱା ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ତିନି ଜଣ ଯୁବକ ବାଇକରେ ଯାଉଥିବା ବେଳେ ଏକ ହାଇୱା ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ତେବେ ୩ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି। ହାଇୱାକୁ ଜବତ କରି ଅଧିକ ତଦନ୍ତ ଚଳାଇଛି ପୋଲିସ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

07 Mar 2026 By Madhusudan Das

ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଭୁବନେଶ୍ୱର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ଭୁବନେଶ୍ୱରରେ ପାହାଳ ଥାନା ଅନନ୍ତପୁରରେ ଏହି ସଡ଼କ ଦୁର୍ଘଟଣା ହୋଇଛି । ହାଇୱା ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ତିନି ଜଣ ଯୁବକ ବାଇକରେ ଯାଉଥିବା ବେଳେ ଏକ ହାଇୱା ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତିନି ଜଣଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ତେବେ ୩ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଦୁର୍ଘଟଣା ପରେ ହାଇୱା ଡ୍ରାଇଭର ଫେରାର ହୋଇଥିବା ସୂଚନା ମିଳିଛି। ହାଇୱାକୁ ଜବତ କରି ଅଧିକ ତଦନ୍ତ ଚଳାଇଛି ପୋଲିସ।

https://www.thesakala.in/latest-odisha-news/3-died-in-road-accident-near-pahala-bhubaneswar/article-45180
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର