'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । କାଲି ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି ଟଙ୍କା । ପୂର୍ବ ଘୋଷଣା ମୁତାବକ DBT ମାଧ୍ୟମରେ ୫ ହଜାର ଟଙ୍କା ଲେଖାଏ ପଠାଇବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, ଏକ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିବା ବେଳେ ଚତୁର୍ଥ କିସ୍ତିରେ ୧ କୋଟି ୨ ଲକ୍ଷ ୧୨ ହଜାର 665 ଜଣ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଅଧିକ ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ପୁରୀର ତାଳବଣିଆ ପଡିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏଁ ପଠାଇବେ । ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ । ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା । ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହୋଇଥିବ ସେମାନେ ଆବେଦନ କରିବେ। ଯେଉଁମାନେ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ୱିତୀୟ କିସ୍ତି ପାଇପାରିବେ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର