ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହ୍ବିପ୍ ଜାରି କଲା ରାଜ୍ୟ କଂଗ୍ରେସ । ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରିଛି ଦଳ । ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହାସହ ରାଜ୍ୟସଭା ନିର୍ବାଚନରେ କିପରି କ୍ରସ ଭୋଟିଂ ନହେବ, ସେଥିପାଇଁ ସମସ୍ତେ ସଜାଗ ରହିବାକୁ ସମସ୍ତ ସଦସ୍ୟଙ୍କୁ ଜଣାଇଛି ଓଡିଶା ରାଜ୍ୟ କଂଗ୍ରେସ । ହ୍ୱିପ୍ ନ ମାନିଲେ ଦଳ କଠୋର କାର୍ଯ୍ୟାନୁଷ୍ଠାନ ନେବ ବୋଲି ସ୍ପଷ୍ଟ କରିଛି । 

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ସୂଚନାଯୋଗ୍ୟ, ଓଡ଼ିଶାରୁ ଖାଲି ହେଉଥିବା ୪ ରାଜ୍ୟସଭା ଆସନ ପାଇଁ ୫ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ବିଜେଡିରୁ ସଂତୃପ୍ତ ମିଶ୍ର ଏବଂ ବିଜେପିରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରଥମ ପସନ୍ଦରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି । ତେବେ ଚତୁର୍ଥ ଆସନ ପାଇଁ ବିଜେଡି-କଂଗ୍ରେସ-ସିପିଆଇଏମର ମିଳିତ ପ୍ରାର୍ଥୀ ଭାବେ ରାଜ୍ୟର ସୁନାମଧନ୍ୟ ଡାକ୍ତର ପ୍ରଫେସର ଦତ୍ତେଶ୍ୱର ହୋତା ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବାବେଳେ ବିଜେପି ସମର୍ଥନରେ ଲଢ଼ୁଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ । 

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

12 Mar 2026 By Madhusudan Das

ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହ୍ବିପ୍ ଜାରି କଲା ରାଜ୍ୟ କଂଗ୍ରେସ । ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରିଛି ଦଳ । ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହାସହ ରାଜ୍ୟସଭା ନିର୍ବାଚନରେ କିପରି କ୍ରସ ଭୋଟିଂ ନହେବ, ସେଥିପାଇଁ ସମସ୍ତେ ସଜାଗ ରହିବାକୁ ସମସ୍ତ ସଦସ୍ୟଙ୍କୁ ଜଣାଇଛି ଓଡିଶା ରାଜ୍ୟ କଂଗ୍ରେସ । ହ୍ୱିପ୍ ନ ମାନିଲେ ଦଳ କଠୋର କାର୍ଯ୍ୟାନୁଷ୍ଠାନ ନେବ ବୋଲି ସ୍ପଷ୍ଟ କରିଛି । 

ସୂଚନାଯୋଗ୍ୟ, ଓଡ଼ିଶାରୁ ଖାଲି ହେଉଥିବା ୪ ରାଜ୍ୟସଭା ଆସନ ପାଇଁ ୫ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ବିଜେଡିରୁ ସଂତୃପ୍ତ ମିଶ୍ର ଏବଂ ବିଜେପିରୁ ମନମୋହନ ସାମଲ ଓ ସୁଜିତ କୁମାର ପ୍ରଥମ ପସନ୍ଦରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି । ତେବେ ଚତୁର୍ଥ ଆସନ ପାଇଁ ବିଜେଡି-କଂଗ୍ରେସ-ସିପିଆଇଏମର ମିଳିତ ପ୍ରାର୍ଥୀ ଭାବେ ରାଜ୍ୟର ସୁନାମଧନ୍ୟ ଡାକ୍ତର ପ୍ରଫେସର ଦତ୍ତେଶ୍ୱର ହୋତା ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବାବେଳେ ବିଜେପି ସମର୍ଥନରେ ଲଢ଼ୁଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର