SCB ମେଡିକାଲ ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

Madhusudan Das Picture
Published On

କଟକ: କଟକର ଏସସିବି ମେଡିକାଲରେ ଘଟିଥିବା ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି,  ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ଏହି ଦୁର୍ଘଟଣାରେ ସେ ମର୍ମାହତ ଥିବା ଲେଖିଛନ୍ତି । 

ଆହୁରି ପଢ଼ନ୍ତୁ: ଏସସିବି ଅଗ୍ନିକାଣ୍ଡ ଘଟଣା: ଚିକିତ୍ସାଧିନ ଆହତଙ୍କୁ ଭେଟିଲେ ପିସିସି ସଭାପତି, କହିଲେ କର୍ତ୍ତୃପକ୍ଷ କର୍ତ୍ତବ୍ୟରେ ଅବହେଳା କରିଛନ୍ତି

ସେହିପରି ପ୍ରଧାନମନ୍ତ୍ରୀ ମୋଦି ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଏହା ସହିତ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଟଳିବ ତୈଳ ସଙ୍କଟ ! ରୁଷ ତେଲ କିଣିବାକୁ ସବୁ ଦେଶଙ୍କୁ ଟ୍ରମ୍ପ୍‌ଙ୍କ ଅନୁମତି

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏହା ସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତଦନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଗ୍ନିଶମ ଡିଜିଙ୍କୁ ଘଟଣାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ଆହୁରି ପଢ଼ନ୍ତୁ: ନାବାଳିକାକୁ ଅସଦାଚରଣ ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ ବେଳେ ଉତ୍ତେଜନା, ୩୮ ଜଣ ଅଟକ

16 Mar 2026 By Madhusudan Das

SCB ମେଡିକାଲ ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

କଟକ: କଟକର ଏସସିବି ମେଡିକାଲରେ ଘଟିଥିବା ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି,  ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ଏହି ଦୁର୍ଘଟଣାରେ ସେ ମର୍ମାହତ ଥିବା ଲେଖିଛନ୍ତି । 

ସେହିପରି ପ୍ରଧାନମନ୍ତ୍ରୀ ମୋଦି ନିଜର X ଆକାଉଣ୍ଟ ଜରିଆରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ମୃତକଙ୍କ ପରିବାର ପାଇଁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଏହା ସହିତ ପ୍ରତ୍ୟେକ ଆହତ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏହା ସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତଦନ୍ତ ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଗ୍ନିଶମ ଡିଜିଙ୍କୁ ଘଟଣାର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର