ଆଜି ‘ବିଶ୍ୱ ପଖାଳ ଦିବସ’: ପ୍ରତି ଓଡିଆଙ୍କ ପରିଚୟ ପଖାଳ

Madhusudan Das Picture
Published On

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ । ପ୍ରତି ଓଡିଆଙ୍କ ପରିଚୟ ପଖାଳ । ପଖାଳ କଂସାରେ ଓଡ଼ିଆଙ୍କ ପ୍ରାଣ । ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ଓଡ଼ିଆଙ୍କ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ । ଏଠି ଭକ୍ତ ବି ଖାଅନ୍ତି ଆଉ ଭଗବାନଙ୍କ ପାଖରେ ବି ଭୋଗ ଲାଗେ ପଖାଳ । ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏକ ଅଭିନ୍ନ ଅଙ୍ଗ ଓ ପ୍ରତି ଓଡ଼ିଆଙ୍କ ଅତି ପ୍ରିୟ ହେଉଛି ପଖାଳ । 

ଆହୁରି ପଢ଼ନ୍ତୁ: କ୍ରସ୍‌ଭୋଟିଂ କରିଥିବା ବିଜେଡିର ୮ବିଧାୟକଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ପ୍ରତାପ ଦେବ

ଖରା ଦିନ ଆସିଗଲେ ଓଡ଼ିଆ ମନ ଖୋଜେ ପଖାଳ । ଆଉ କିଛି ଖାଇଲେ ହୁଏତ ପେଟ ପୂରିଯିବ କିନ୍ତୁ ମନ ଭରିବ ତ ପଖାଳ ଖାଇଲେ । କେବଳ ରାଜ୍ୟ କାହିଁକି ରାଜ୍ୟ ବାହାରେ ରହୁଥିବା ପ୍ରତି ଓଡ଼ିଆଙ୍କ ପ୍ରିୟ ହେଉଛି ପଖାଳ । ଓଡ଼ିଶା ଓ ଓଡ଼ିଆଙ୍କ ଖାଦ୍ୟରୁଚି ତାଲିକାରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଆଉ ଏହି ଓଡ଼ିଆଙ୍କ ପ୍ରିୟ ବ୍ୟାଞ୍ଜନକୁ ସାରା ବିଶ୍ୱର କୋଣଅନୁକୋଣନରେ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ଆର୍ଥାତ ଆଜି ଦିନଟିକୁ ’ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି ।

ଆହୁରି ପଢ଼ନ୍ତୁ: କାଲି ନିଜ ଜନ୍ମକଲା ୨ ଶିଶୁଙ୍କୁ କୂଅରେ ପକାଇ ହତ୍ୟା କରିଥିଲା, ଆଜି ନିଜେ ଆତ୍ମହତ୍ୟା କଲା ମାଆ

ପଖାଳ ଦିବସ ଉପଲଖେ ଗ୍ରାହକଙ୍କ ପଖାଳ ଚାହିଦାକୁ ପୂରଣ କରିବାକୁ ଛୋଟ ବଡ଼ ହୋଟେଲଠାରୁ ଆରମ୍ଭ କରି ତାରକା ହୋଟେଲ ଗୁଡିକ ମଧ୍ୟ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଥାଏ । ଦହି ମିଶା ପଖାଳ ସାଙ୍ଗକୁ ଶାକାହାରୀଙ୍କ ପାଇଁ ଶାଗ ଭଜା, ଆଳୁ ଚକଟା, ଚିପ୍‌ସ, କଖାରୁ ଫୁଲ ପିଠୋଉ, ବଡ଼ି ଚୂରା ଓ ଆମ୍ବୁଲ ରାଇ ଭଳି ଖାଣ୍ଟି ଓଡ଼ିଆ ଖାଦ୍ୟ ଏବଂ ଆମିଷରେ ପଖାଳ ସହ ଚୁନାମାଛ, ଚିଙ୍ଗୁଡ଼ି ଛେଚା, ଆଦି ଗ୍ରାହକଙ୍କୁ ପରସି ଦିଆଯାଏ ।

ଆହୁରି ପଢ଼ନ୍ତୁ: ନାବାଳିକାକୁ ଅସଦାଚରଣ ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ ବେଳେ ଉତ୍ତେଜନା, ୩୮ ଜଣ ଅଟକ

ପଖାଳ କଂସାଏ ସାଙ୍ଗକୁ ଆଳୁ ଭରତା, ବାଇଗଣ ପୋଡ଼ା, ବଢ଼ିଚୁରା, ମାଛଭଜା, ଶାଗ, ବଡ଼ିଚୁରା ହୋଇଗଲେ କଥା ନିଆରା। କିଛି ନ ହେଲେ ବି ପିଆଜ ଓ ଲଙ୍କା ସହ ପଖାଳ କଂସାଏ ଖାଇ ତୋରାଣି ଢୋକେ ପିଇଦେଲେ ଯେଉଁ ଶାନ୍ତି ମିଳେ ତାହା କୌଣସି ଫାଷ୍ଟ ଫୁଡ୍‌ରେ କେବେବି ମିଳେ ନାହିଁ। ସବୁ ଦୃଷ୍ଟିରୁ ପଖାଳ ଦେହ ପାଇଁ ମଧ୍ୟ ସ୍ୱାସ୍ଥ୍ୟପ୍ରଦ। ବିଭିନ୍ନ ଦେବାଦେବୀଙ୍କ ପାଖରେ ଦହି ପଖାଳ ଭୋଗ ଲାଗିବାର ମଧ୍ୟ ପରମ୍ପରା ଅଛି। ପଖାଳକୁ ଆହୁରି ସୁଆଦିଆ କରିବାକୁ ସେଥିରେ ଦହି, ଆମ୍ବ କସି ଅଦା, ଲେମ୍ବୁ, ପୁଦିନାପତ୍ର ଲେମ୍ବୁ ଆଦି ପକାଯାଏ।

20 Mar 2026 By Madhusudan Das

ଆଜି ‘ବିଶ୍ୱ ପଖାଳ ଦିବସ’: ପ୍ରତି ଓଡିଆଙ୍କ ପରିଚୟ ପଖାଳ

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ । ପ୍ରତି ଓଡିଆଙ୍କ ପରିଚୟ ପଖାଳ । ପଖାଳ କଂସାରେ ଓଡ଼ିଆଙ୍କ ପ୍ରାଣ । ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ଓଡ଼ିଆଙ୍କ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ । ଏଠି ଭକ୍ତ ବି ଖାଅନ୍ତି ଆଉ ଭଗବାନଙ୍କ ପାଖରେ ବି ଭୋଗ ଲାଗେ ପଖାଳ । ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏକ ଅଭିନ୍ନ ଅଙ୍ଗ ଓ ପ୍ରତି ଓଡ଼ିଆଙ୍କ ଅତି ପ୍ରିୟ ହେଉଛି ପଖାଳ । 

ଖରା ଦିନ ଆସିଗଲେ ଓଡ଼ିଆ ମନ ଖୋଜେ ପଖାଳ । ଆଉ କିଛି ଖାଇଲେ ହୁଏତ ପେଟ ପୂରିଯିବ କିନ୍ତୁ ମନ ଭରିବ ତ ପଖାଳ ଖାଇଲେ । କେବଳ ରାଜ୍ୟ କାହିଁକି ରାଜ୍ୟ ବାହାରେ ରହୁଥିବା ପ୍ରତି ଓଡ଼ିଆଙ୍କ ପ୍ରିୟ ହେଉଛି ପଖାଳ । ଓଡ଼ିଶା ଓ ଓଡ଼ିଆଙ୍କ ଖାଦ୍ୟରୁଚି ତାଲିକାରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଆଉ ଏହି ଓଡ଼ିଆଙ୍କ ପ୍ରିୟ ବ୍ୟାଞ୍ଜନକୁ ସାରା ବିଶ୍ୱର କୋଣଅନୁକୋଣନରେ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ଆର୍ଥାତ ଆଜି ଦିନଟିକୁ ’ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି ।

ପଖାଳ ଦିବସ ଉପଲଖେ ଗ୍ରାହକଙ୍କ ପଖାଳ ଚାହିଦାକୁ ପୂରଣ କରିବାକୁ ଛୋଟ ବଡ଼ ହୋଟେଲଠାରୁ ଆରମ୍ଭ କରି ତାରକା ହୋଟେଲ ଗୁଡିକ ମଧ୍ୟ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଥାଏ । ଦହି ମିଶା ପଖାଳ ସାଙ୍ଗକୁ ଶାକାହାରୀଙ୍କ ପାଇଁ ଶାଗ ଭଜା, ଆଳୁ ଚକଟା, ଚିପ୍‌ସ, କଖାରୁ ଫୁଲ ପିଠୋଉ, ବଡ଼ି ଚୂରା ଓ ଆମ୍ବୁଲ ରାଇ ଭଳି ଖାଣ୍ଟି ଓଡ଼ିଆ ଖାଦ୍ୟ ଏବଂ ଆମିଷରେ ପଖାଳ ସହ ଚୁନାମାଛ, ଚିଙ୍ଗୁଡ଼ି ଛେଚା, ଆଦି ଗ୍ରାହକଙ୍କୁ ପରସି ଦିଆଯାଏ ।

ପଖାଳ କଂସାଏ ସାଙ୍ଗକୁ ଆଳୁ ଭରତା, ବାଇଗଣ ପୋଡ଼ା, ବଢ଼ିଚୁରା, ମାଛଭଜା, ଶାଗ, ବଡ଼ିଚୁରା ହୋଇଗଲେ କଥା ନିଆରା। କିଛି ନ ହେଲେ ବି ପିଆଜ ଓ ଲଙ୍କା ସହ ପଖାଳ କଂସାଏ ଖାଇ ତୋରାଣି ଢୋକେ ପିଇଦେଲେ ଯେଉଁ ଶାନ୍ତି ମିଳେ ତାହା କୌଣସି ଫାଷ୍ଟ ଫୁଡ୍‌ରେ କେବେବି ମିଳେ ନାହିଁ। ସବୁ ଦୃଷ୍ଟିରୁ ପଖାଳ ଦେହ ପାଇଁ ମଧ୍ୟ ସ୍ୱାସ୍ଥ୍ୟପ୍ରଦ। ବିଭିନ୍ନ ଦେବାଦେବୀଙ୍କ ପାଖରେ ଦହି ପଖାଳ ଭୋଗ ଲାଗିବାର ମଧ୍ୟ ପରମ୍ପରା ଅଛି। ପଖାଳକୁ ଆହୁରି ସୁଆଦିଆ କରିବାକୁ ସେଥିରେ ଦହି, ଆମ୍ବ କସି ଅଦା, ଲେମ୍ବୁ, ପୁଦିନାପତ୍ର ଲେମ୍ବୁ ଆଦି ପକାଯାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର