ଆସନ୍ତା ୨୮ତାରିଖ ଯାଏଁ କାଳବୈଶାଖୀ ବର୍ଷା, ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

Madhusudan Das Picture
Published On

ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗରୁ ଓଡ଼ିଶା ଦେଇ ଛତିଶଗଡ଼ ପର୍ଯ୍ୟନ୍ତ ବର୍ତ୍ତମାନ ଏକ ଟ୍ରପ୍‌ ଲାଇନ୍‌ ଲମ୍ବିଛି। ଏହାର ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ପବନ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେଉଛି। ବିଶେଷକରି ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବାର ସମ୍ଭାବନା ରହିଛି। 

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଆଜି ଏହାର ପ୍ରଭାବ ସାମାନ୍ୟ ହ୍ରାସ ହେବାର ଥିଲେ ମଧ୍ୟ ଶୁକ୍ରବାର ଓ ଶନିବାର ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ବହିବା ସହ କିଛି କିଛି ସ୍ଥାନରେ କୁଆପଥର ମାଡ଼ ନେଇ ମଧ୍ୟ ପାଣିପାଗ କେନ୍ଦ୍ର କହିଛି। ଆଜି ପାଇଁ ଦକ୍ଷିଣ ଓଡିଶା ସମେତ ଉତ୍ତର ଓଡ଼ିଶାର କୋରାପୁଟ, ରାୟଗଡା, ଗଂଜାମ, ଗଜପତି, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ବର୍ଷା ବେଳେ ୫୦ କିମି ଝଟକା ପବନ ବାହିପାରେ । ଏହି ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ରୁ ୨୮ ମଧ୍ୟରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରରହିଛି। ୨୭ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ  ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ଥିବା ବେଳେ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ସେହିପରି ଆସନ୍ତା ୨୮ ତାରିଖ ପାଇଁ ୮ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି। 

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ସୋନପୁରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ଟି ସ୍ଥାନରେ ବର୍ଷା ରେକର୍ଡ ହୋଇଛି । ଉତ୍ତର ଓଡ଼ିଶାରେ କାଳବୈଶାଖୀ ‌ଝଡ଼ ପ୍ରଭାବରେ ବର୍ଷା ଓ କୁଆପଥର ମାଡ଼ରେ ପନିପରିବା ଚାଷ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର