ହାତୀ ମଣିଷ ଲଢେ଼ଇରେ ଗଡୁଛି ମଣିଷ ମୁଣ୍ଡ; ତିନି ବର୍ଷରେ ଗଲାଣି ୪୪୩ ଜଣଙ୍କ ଜୀବନ

Madhusudan Das Picture
Published On

ଭୁବନେଶ୍ୱର: ହାତୀ ମଣିଷ ଲଢେ଼ଇରେ ଗଡୁଛି ମଣିଷ ମୁଣ୍ଡ । ତିନି ବର୍ଷରେ ହାତୀ ଆକ୍ରମଣରେ ଗଲାଣି ୪୪୩ ଜଣଙ୍କ ଜୀବନ । ୫୧ଟି ବନଖଣ୍ଡରେ ଏହି ମୃତ୍ୟୁ ସଂଖ୍ୟା ସାମ୍ନାକୁ ଆସିଛି । ସର୍ବାଧିକ ଢେଙ୍କାନାଳ ବନଖଣ୍ଡରେ ୯୧ ଜଣଙ୍କ ଜୀବନ ଯାଇଛି । ସେହିପରି ୫୫୮୭ଟି ଘର ଆଂଶିକ ଭାଙ୍ଗିଥିବା ବେଳେ ୧୦୫୦ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ବାରିପଦା ବନଖଣ୍ଡ ଅଞ୍ଚଳରେ ସର୍ବାଧିକ ୧୩୨୬ଟି ଘର ଆଂଶିକ ନଷ୍ଟ ହୋଇଥିବା ବେଳେ କେନ୍ଦୁଝରରେ ୧୫୪ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ହାତୀଙ୍କ ପାଇଁ ୪୭ ହଜାର ୪୯୯.୧୨ ଏକର ଫସଲ ନଷ୍ଟ ହୋଇଛି । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । 

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ସେହିପରି ଗତ ତିନି ବର୍ଷରେ ରାଜ୍ୟରେ ୨୬୪ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୨ଟି ପ୍ରାକୃତିକ କାରଣ ଦ୍ୱାରା ଏବଂ ୧୩୨ଟି ହାତୀ ଅପ୍ରାକୃତିକ କାରଣରୁ ପ୍ରାଣ ହରାଇଛନ୍ତି । ସେହି ସମୟ ମଧ୍ୟରେ ୪ଟି ମହାବଳ ବାଘ, ୨୫ଟି କଲରା ପତରିଆ ବାଘ, ୧୪୨୬ଟି ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି । ସେଥିରୁ କେବଳ ଶିକାରୀଙ୍କ ଦ୍ୱାରା ୪୪୭ ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି । 

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ସେହିପରି ହାତୀ ଓ ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ଦ୍ଵାରା ୫୨୩ ଜଣଙ୍କ ଜୀବନ ଯାଇଥିବା ବେଳେ ୧୩୯୧ ଜଣ ଆହତ ହୋଇଛନ୍ତି । ବନ୍ୟଜନ୍ତୁ ଶିକାର ଅଭିଯୋଗରେ ୩୦୭୪ ଜଣ ଶିକାରୀ ଗିରଫ ହୋଇଛନ୍ତି । ହାତୀଙ୍କ ଗୀତିବିଧି ଉପରେ ନଜର ରଖିବା ପାଇଁ ବିଭିନ୍ନ ବନ ଖଣ୍ଡରେ ୧୪୨୦ ଗୋଟି ପ୍ରାକ ସତର୍କତା ବ୍ୟବସ୍ଥା ଲାଗୁ କରାଯାଇଛି ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

31 Mar 2026 By Madhusudan Das

ହାତୀ ମଣିଷ ଲଢେ଼ଇରେ ଗଡୁଛି ମଣିଷ ମୁଣ୍ଡ; ତିନି ବର୍ଷରେ ଗଲାଣି ୪୪୩ ଜଣଙ୍କ ଜୀବନ

ଭୁବନେଶ୍ୱର: ହାତୀ ମଣିଷ ଲଢେ଼ଇରେ ଗଡୁଛି ମଣିଷ ମୁଣ୍ଡ । ତିନି ବର୍ଷରେ ହାତୀ ଆକ୍ରମଣରେ ଗଲାଣି ୪୪୩ ଜଣଙ୍କ ଜୀବନ । ୫୧ଟି ବନଖଣ୍ଡରେ ଏହି ମୃତ୍ୟୁ ସଂଖ୍ୟା ସାମ୍ନାକୁ ଆସିଛି । ସର୍ବାଧିକ ଢେଙ୍କାନାଳ ବନଖଣ୍ଡରେ ୯୧ ଜଣଙ୍କ ଜୀବନ ଯାଇଛି । ସେହିପରି ୫୫୮୭ଟି ଘର ଆଂଶିକ ଭାଙ୍ଗିଥିବା ବେଳେ ୧୦୫୦ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ବାରିପଦା ବନଖଣ୍ଡ ଅଞ୍ଚଳରେ ସର୍ବାଧିକ ୧୩୨୬ଟି ଘର ଆଂଶିକ ନଷ୍ଟ ହୋଇଥିବା ବେଳେ କେନ୍ଦୁଝରରେ ୧୫୪ଟି ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ହାତୀଙ୍କ ପାଇଁ ୪୭ ହଜାର ୪୯୯.୧୨ ଏକର ଫସଲ ନଷ୍ଟ ହୋଇଛି । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । 

ସେହିପରି ଗତ ତିନି ବର୍ଷରେ ରାଜ୍ୟରେ ୨୬୪ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୨ଟି ପ୍ରାକୃତିକ କାରଣ ଦ୍ୱାରା ଏବଂ ୧୩୨ଟି ହାତୀ ଅପ୍ରାକୃତିକ କାରଣରୁ ପ୍ରାଣ ହରାଇଛନ୍ତି । ସେହି ସମୟ ମଧ୍ୟରେ ୪ଟି ମହାବଳ ବାଘ, ୨୫ଟି କଲରା ପତରିଆ ବାଘ, ୧୪୨୬ଟି ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି । ସେଥିରୁ କେବଳ ଶିକାରୀଙ୍କ ଦ୍ୱାରା ୪୪୭ ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି । 

ସେହିପରି ହାତୀ ଓ ଅନ୍ୟାନ୍ୟ ବନ୍ୟଜନ୍ତୁଙ୍କ ଦ୍ଵାରା ୫୨୩ ଜଣଙ୍କ ଜୀବନ ଯାଇଥିବା ବେଳେ ୧୩୯୧ ଜଣ ଆହତ ହୋଇଛନ୍ତି । ବନ୍ୟଜନ୍ତୁ ଶିକାର ଅଭିଯୋଗରେ ୩୦୭୪ ଜଣ ଶିକାରୀ ଗିରଫ ହୋଇଛନ୍ତି । ହାତୀଙ୍କ ଗୀତିବିଧି ଉପରେ ନଜର ରଖିବା ପାଇଁ ବିଭିନ୍ନ ବନ ଖଣ୍ଡରେ ୧୪୨୦ ଗୋଟି ପ୍ରାକ ସତର୍କତା ବ୍ୟବସ୍ଥା ଲାଗୁ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର