ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶା ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ […]

ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶା ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି। ଏହି ପ୍ଯାକେଜ ସେମାନଙ୍କ ପାଇଁ ସହାୟକ ହେବ ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ଏହି ପ୍ୟାକେଜରେ କଂକ୍ରିଟ୍‌ ହୋଇନଥିବା ୧୫,୦୦୦ ତନ୍ତ ବସିବା ସ୍ଥଳକୁ ପରର୍ଯ୍ଯାୟକ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ତନ୍ତ ବସିବା ସ୍ଥଳ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ, ରାଜ୍ୟର ୩୧,୩୪୨ଟି ତନ୍ତ ବସିବା ସ୍ଥଳ ମଧ୍ୟରୁ ଏପର୍ଯ୍ଯନ୍ତ ୧୫,୦୭୧ଟି ତନ୍ତ ବସିବା ସ୍ଥଳକୁ କଂକ୍ରିଟ କରାଯାଇଛି।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ବାସ ଓ କାର୍ଯ୍ଯସ୍ଥଳ ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ ଯେ ଏ ପର୍ଯ୍ଯନ୍ତ ୧୧୬୯୫ଟି ବାସ ଓ କାର୍ଯ୍ଯସ୍ଥଳ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତିରାଜ ବିଭାଗର ନିର୍ଦେଶାବଳୀ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାରମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ଯନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା ସିଏଫସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

13 Aug 2021 By The Sakala

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶା ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି। ଏହି ପ୍ଯାକେଜ ସେମାନଙ୍କ ପାଇଁ ସହାୟକ ହେବ ।

ଏହି ପ୍ୟାକେଜରେ କଂକ୍ରିଟ୍‌ ହୋଇନଥିବା ୧୫,୦୦୦ ତନ୍ତ ବସିବା ସ୍ଥଳକୁ ପରର୍ଯ୍ଯାୟକ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ତନ୍ତ ବସିବା ସ୍ଥଳ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ, ରାଜ୍ୟର ୩୧,୩୪୨ଟି ତନ୍ତ ବସିବା ସ୍ଥଳ ମଧ୍ୟରୁ ଏପର୍ଯ୍ଯନ୍ତ ୧୫,୦୭୧ଟି ତନ୍ତ ବସିବା ସ୍ଥଳକୁ କଂକ୍ରିଟ କରାଯାଇଛି।

ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ବାସ ଓ କାର୍ଯ୍ଯସ୍ଥଳ ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ ଯେ ଏ ପର୍ଯ୍ଯନ୍ତ ୧୧୬୯୫ଟି ବାସ ଓ କାର୍ଯ୍ଯସ୍ଥଳ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତିରାଜ ବିଭାଗର ନିର୍ଦେଶାବଳୀ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାରମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ଯନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା ସିଏଫସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର