ରାୟଗଡ଼ା ଜିଲ୍ଲା ଅମ୍ବାଦଳା ନିକଟରେ ଆମ୍ବୁଲାନ୍ସ -ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ୪ ମୃତ

The Sakala Picture
Published On

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ନିକଟ ମଞ୍ଜୁରିକୁପା ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆମ୍ବୁଲାନ୍ସକୁ ଟ୍ୟାଙ୍କର ଧକ୍କା ଦେବାରୁ ୪ ଜଣ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ମୃତ ସମସ୍ତ ୪ ଜଣ ଆମ୍ବୁଲାନ୍ସରେ ଥିଲେ। ବିଷମକଟକ ଖ୍ରୀଷ୍ଟିୟାନ ହସ୍ପିଟାଲରୁ ଚିକିତ୍ସା ସାରି ବଙ୍ଗୋମୁଣ୍ଡା ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୩ ପୁରୁଷ ଥିବା ସୂଚନା ମିଳିଛି । ସମସ୍ତ ମୃତକ ବଲାଙ୍ଗୀର […]

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ନିକଟ ମଞ୍ଜୁରିକୁପା ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆମ୍ବୁଲାନ୍ସକୁ ଟ୍ୟାଙ୍କର ଧକ୍କା ଦେବାରୁ ୪ ଜଣ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ମୃତ ସମସ୍ତ ୪ ଜଣ ଆମ୍ବୁଲାନ୍ସରେ ଥିଲେ। ବିଷମକଟକ ଖ୍ରୀଷ୍ଟିୟାନ ହସ୍ପିଟାଲରୁ ଚିକିତ୍ସା ସାରି ବଙ୍ଗୋମୁଣ୍ଡା ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୩ ପୁରୁଷ ଥିବା ସୂଚନା ମିଳିଛି । ସମସ୍ତ ମୃତକ ବଲାଙ୍ଗୀର ଜିଲ୍ଲାର । ଘଟଣାସ୍ଥଳରେ ମୁନିଗୁଡା ଏସଡିପିଓ ଓ ଅମ୍ବାଦଳା ପୋଲିସ୍ ପହଞ୍ଚି ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସୂଚନା ଅନୁସାରେ ମଞ୍ଜୁରିକୁପା ନିକଟରେ ଝାରସୁଗୁଡ଼ାରୁ ଟିକିରି ଯାଉଥିବା ଏକ ଟ୍ୟାଙ୍କର, ଆମ୍ବୁଲାନ୍ସକୁ ପିଟି ଦେବା ଫଳରେ ଆମ୍ବୁଲାନ୍ସ ଭିତରେ ଥିବା ରୋଗୀ ସମେତ ୬ ଜଣ ଚାପି ହୋଇଯାଇଥିଲେ। ଘଟଣା ସସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ହୋଇଥିବା ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରି ମୁନିଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମାତ୍ର ସେଠାରେ ଜଣକୁ ଡାକ୍ତର ମୃତ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର