୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ; ଏପ୍ରିଲ ସୁଦ୍ଧା ଆସନ ସଂରକ୍ଷଣ ଚୂଡାନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

Madhusudan Das Picture
Published On

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ଚିଠିରେ ନିର୍ଦ୍ଦେଶ । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । 

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । 

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

10 Apr 2026 By Madhusudan Das

୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ; ଏପ୍ରିଲ ସୁଦ୍ଧା ଆସନ ସଂରକ୍ଷଣ ଚୂଡାନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ଚିଠିରେ ନିର୍ଦ୍ଦେଶ । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । 

ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଜିଲ୍ଲା ପରିଷଦ ସଦସ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୭ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ତାରିଖ ସୁଦ୍ଧା ସରକାରଙ୍କ ଅନୁମୋଦନ କ୍ରମେ ୩୦ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । 

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ରେ ଚିଠା ବିଜ୍ଞପ୍ତି ଏବଂ ୨୯ ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ । ମହିଳାଙ୍କ ପାଇଁ ୫୦ ପ୍ରତିଶତ ସିଟ୍ ସଂରକ୍ଷଣ ରହିବ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର