ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି

Madhusudan Das Picture
Published On

ଭୁବନେଶ୍ୱର: ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି। ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ୧୦ ତାରିଖ ଭିତରେ ଶ୍ରେଣୀ ବର୍ଗ ହିସାବରେ ନିର୍ଦ୍ଧାରଣ କରାଯିବା ସହ ୧୨ ତାରିଖ ସୁଦ୍ଧା ଏଜେନ୍ସୀ ଚୟନ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ଏଥରକ ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବା ନେଇ ପୂର୍ବରୁ ଗଣଶିକ୍ଷା ବିଭାଗ ପୂର୍ବରୁ ନିର୍ଦ୍ଦେଶ ଦେଇସାରିଥିଲା । ଉକ୍ତ ନିର୍ଦ୍ଦେଶକୁ ପାଳନ କରିବା ସହ ତୁରନ୍ତ ଜିଲ୍ଲାସ୍ତରୀୟ କମିଟି ୟୁନିଫର୍ମ ବଣ୍ଟନ ଉପରେ ଦୃଷ୍ଟି ଦେବାକୁ କୁହାଯାଇଛି ବୋଲି କହିଛନ୍ତି ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର