ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

Madhusudan Das Picture
Published On

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ଆଜି ୨୯ ତମ ତିରୋଧାନ ଦିବସ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ନବୀନ ପୋଷ୍ଟ କରିଛନ୍ତି, ଓଡ଼ିଶାର ଗୌରବ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଶର ସ୍ଵାଧୀନତା ସଂଗ୍ରାମରେ ବଳିଷ୍ଠ ଭୂମିକା ଗ୍ରହଣ କରିଥିଲେ। ଲୋକଙ୍କ ହାତରେ କ୍ଷମତା ପ୍ରଦାନ କରି ସେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିଥିଲେ । ରାଜନୀତିରେ ମହିଳାଙ୍କ ପାଇଁ ସଂରକ୍ଷଣ, ଶିଳ୍ପଠୁ ଆରମ୍ଭ କରି ଓଡ଼ିଆ ସ୍ଵାଭିମାନ ରକ୍ଷାରେ ତାଙ୍କର ଅବଦାନ ଅତୁଳନୀୟ । ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ବିଜୁ ଜନତା ଦଳ ଓଡ଼ିଶା ମାଟିର ସେବାରେ ସଦା ସମର୍ପିତ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସେହିପରି ଶ୍ରଦ୍ଧା ଓ ସମ୍ମାନର ସହିତ ବିଜୁ ଜନତା ଦଳର କର୍ମୀ, କର୍ମକର୍ତ୍ତା, ନେତୃବୃନ୍ଦ, ଯୁବ, ଛାତ୍ର, ମହିଳା ଶାଖା ତଥା ସମସ୍ତ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା ଏବଂ ସଦସ୍ୟମାନଙ୍କ ଦ୍ବାରା ସାରା ରାଜ୍ୟରେ ପାଳିତ ହେଉଛି ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ। ବିଜେଡି ତରଫରୁ ଭୁବନେଶ୍ବର ଫରେଷ୍ଟ ପାର୍କ ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶଅଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ଏଥିରେ ବିଜେଡିର ବହୁ ନେତା ସାମିଲ ହୋଇ ବିଜୁ ବାବୁଙ୍କ ଅବଦନାକୁ ସ୍ମରଣ କରିଥିଲେ । ଦଳ ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯାଉଛି । ଏହି ତିଳତର୍ପଣରେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ଦେବୀ ମିଶ୍ର, ମେୟର ସୁଲୋଚନା ଦାସଙ୍କ ସମେତ ବହୁ ବରିଷ୍ଠ ବିଜେଡି ନେତା-ନେତ୍ରୀ, ବିଜୁ ପ୍ରେମୀ ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର