ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

Madhusudan Das Picture
Published On

ପୁରୀ: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ବାଣ ଫୁଟାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି ପ୍ରତୀକ ସିଂ । ସେ କହିଛନ୍ତି କି, ଚନ୍ଦନ ଯାତ୍ରା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ ନରେନ୍ଦ୍ର ପୁଷ୍କରିଣୀରେ ବାଣଫୁଟା ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଯଦି କୌଣସି ଅମାନିଆ ବ୍ୟକ୍ତି ନିୟମ ଉଲ୍ଲଂଘନ କରି ନରେନ୍ଦ୍ର ପୁଷ୍କରିଣୀରେ ବାଣ ଫୁଟାନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରମ୍ପରା ମୁତାବକ ଯାହାକିଛି କାର୍ଯ୍ୟ ରହିଛି ତାହା କରାଯିବ ବୋଲି ପୁରୀ ଏସ୍‌ପି କହିଛନ୍ତି । ସୂଚନାଯୋଗ୍ୟ, ଗତ ୨୦୨୪ ମସିହାରେ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରୀକ୍ଷେତ୍ର ଭଉଁରୀ ଦିନ ବାଣ ବିସ୍ଫୋରଣ ଘଟି ୧୭ ଜଣଙ୍କ ଜୀବନ ଚାଲି ଯାଇଥିଲା । 

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସମ୍ପୂର୍ଣ୍ଣ ସିସିଟିଭି ବଳୟ ମଧ୍ୟରେ ରହିବ ନରେନ୍ଦ୍ର ପୁଷ୍କରିଣୀ । ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ୍‌ପିଙ୍କ ସହ ୫ ଡିଏସପି ରହିବେ ବୋଲି କହିଛନ୍ତି ପୁରୀ ଏସ୍‌ପି । 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

18 Apr 2026 By Madhusudan Das

ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ପୁରୀ: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ବାଣ ଫୁଟାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି ପ୍ରତୀକ ସିଂ । ସେ କହିଛନ୍ତି କି, ଚନ୍ଦନ ଯାତ୍ରା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ ନରେନ୍ଦ୍ର ପୁଷ୍କରିଣୀରେ ବାଣଫୁଟା ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଯଦି କୌଣସି ଅମାନିଆ ବ୍ୟକ୍ତି ନିୟମ ଉଲ୍ଲଂଘନ କରି ନରେନ୍ଦ୍ର ପୁଷ୍କରିଣୀରେ ବାଣ ଫୁଟାନ୍ତି ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରମ୍ପରା ମୁତାବକ ଯାହାକିଛି କାର୍ଯ୍ୟ ରହିଛି ତାହା କରାଯିବ ବୋଲି ପୁରୀ ଏସ୍‌ପି କହିଛନ୍ତି । ସୂଚନାଯୋଗ୍ୟ, ଗତ ୨୦୨୪ ମସିହାରେ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରୀକ୍ଷେତ୍ର ଭଉଁରୀ ଦିନ ବାଣ ବିସ୍ଫୋରଣ ଘଟି ୧୭ ଜଣଙ୍କ ଜୀବନ ଚାଲି ଯାଇଥିଲା । 

ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସମ୍ପୂର୍ଣ୍ଣ ସିସିଟିଭି ବଳୟ ମଧ୍ୟରେ ରହିବ ନରେନ୍ଦ୍ର ପୁଷ୍କରିଣୀ । ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ୍‌ପିଙ୍କ ସହ ୫ ଡିଏସପି ରହିବେ ବୋଲି କହିଛନ୍ତି ପୁରୀ ଏସ୍‌ପି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର