ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

Madhusudan Das Picture
Published On

ଯାଜପୁର: ସ୍କୁଲରେ ଛାତ୍ରଙ୍କୁ ନିର୍ଯ୍ୟାତନା ଦେବା ପଡିଲା ମହଙ୍ଗା । ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଳିଆପାଣି ସାରୁଆବିଲ ସ୍କୁଲର ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଯେଉଁଥିପାଇଁ ପ୍ରଧାନଶିକ୍ଷକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସୁକିନ୍ଦା ବ୍ଲକ ଶିକ୍ଷା ଅଧିକାରୀ । ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ବିଇଓ । ଗତ ୧୭ ତାରିଖରେ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେଇଥିଲେ ପ୍ରଧାନଶିକ୍ଷକ । ଏଥିରେ ୧୦ରୁ ଅଧିକ ଛାତ୍ର ଗୁରୁତର ହୋଇଥିଲେ । ଅଭିଭାବକମାନେ ଏହା ଜାଣିବା ପରେ ସ୍କୁଲର ଫାଟକ ଆଗରେ ଧାରଣା ଦେଇଥିଲେ। 

ଆହୁରି ପଢ଼ନ୍ତୁ: ଅକ୍ଷୟ ତୃତୀୟା ୨୦୨୬: ୧୯ ନା ୨୦ ଏପ୍ରିଲ? ଜାଣନ୍ତୁ ଶ୍ରୀମନ୍ଦିର ପାଞ୍ଜି ଅନୁସାରେ ସଠିକ୍ ତାରିଖ ଓ ଶୁଭ ମୁହୂର୍ତ୍ତ

ତେବେ ଶିକ୍ଷକ ନିଜ ଦୋଷ ସ୍ୱୀକାର କରି ଏଭଳି ଘଟଣାର ପୁନରାବୃତ୍ତି ନକରିବାକୁ ଲିଖିତ ପ୍ରତିଶୃତି ଦେବା ପରେ ମାମଲାର ଆପୋଷ ସାମାଧାନ ହୋଇଥିଲ । ତେବେ ଏଭଳି ଘଟଣାକୁ ନିନ୍ଦା କରାଯିବା ସହ ଅଭିଯୁକ୍ତ ଶିକ୍ଷକଙ୍କ ନାଁରେ ଶୃଙ୍ଖଳାଗତ ଏବଂ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଥିଲା । 

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

21 Apr 2026 By Madhusudan Das

ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ଯାଜପୁର: ସ୍କୁଲରେ ଛାତ୍ରଙ୍କୁ ନିର୍ଯ୍ୟାତନା ଦେବା ପଡିଲା ମହଙ୍ଗା । ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଳିଆପାଣି ସାରୁଆବିଲ ସ୍କୁଲର ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଯେଉଁଥିପାଇଁ ପ୍ରଧାନଶିକ୍ଷକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସୁକିନ୍ଦା ବ୍ଲକ ଶିକ୍ଷା ଅଧିକାରୀ । ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ବିଇଓ । ଗତ ୧୭ ତାରିଖରେ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେଇଥିଲେ ପ୍ରଧାନଶିକ୍ଷକ । ଏଥିରେ ୧୦ରୁ ଅଧିକ ଛାତ୍ର ଗୁରୁତର ହୋଇଥିଲେ । ଅଭିଭାବକମାନେ ଏହା ଜାଣିବା ପରେ ସ୍କୁଲର ଫାଟକ ଆଗରେ ଧାରଣା ଦେଇଥିଲେ। 

ତେବେ ଶିକ୍ଷକ ନିଜ ଦୋଷ ସ୍ୱୀକାର କରି ଏଭଳି ଘଟଣାର ପୁନରାବୃତ୍ତି ନକରିବାକୁ ଲିଖିତ ପ୍ରତିଶୃତି ଦେବା ପରେ ମାମଲାର ଆପୋଷ ସାମାଧାନ ହୋଇଥିଲ । ତେବେ ଏଭଳି ଘଟଣାକୁ ନିନ୍ଦା କରାଯିବା ସହ ଅଭିଯୁକ୍ତ ଶିକ୍ଷକଙ୍କ ନାଁରେ ଶୃଙ୍ଖଳାଗତ ଏବଂ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଥିଲା । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର