ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୮୬୮ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୬୮ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୫୪୩୩ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୬୮ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୭ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୫୪୩୩ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୫୬ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ଅନୁଗୁଳରୁ ୨୬ , ବାଲେଶ୍ୱରରୁ ୫୨ , ବରଗଡ଼ ୧୩ , ଭଦ୍ରକ ୧୯ , ବଲାଙ୍ଗୀର ୮ , ବୌଦ୍ଧ ୧ , କଟକ ୧୫୪, ଦେବଗଡ଼ ୬, ଢେଙ୍କାନାଳ ୧୫ , ଗଜପତି ୧ , ଗଞ୍ଜାମ ୩ , ଜଗତସିଂହପୁର ୨୩ , ଯାଜପୁର ୪୫ , ଝାରସୁଗୁଡ଼ା ୬ , କଳାହାଣ୍ଡି ୨ , କନ୍ଧମାଳ ୧୨ , କେନ୍ଦ୍ରାପଡ଼ା ୨୬ , କେନ୍ଦୁଝର ୧୦ , କୋରାପୁଟ ୪ , ମାଲକାନଗିରି ୬ , ମୟୂରଭଞ୍ଜ ୨୮ , ନବରଙ୍ଗପୁର , ନୟାଗଡ଼ ୨୧ , ନୂଆପଡ଼ା ୬ , ପୁରୀ ୨୧ , ରାୟଗଡ଼ା ୨ , ସମ୍ୱଲପୁର ୩୯ , ସୋନପୁର , ସୁନ୍ଦରଗଡ଼ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର