ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍, ଶନିବାର ପ୍ରକାଶ ପାଇବ ପରୀକ୍ଷା ଫଳ

Suryakanta Picture
Published On

ରାଜ୍ୟର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସାର୍ଟିଫିକେଟ୍ ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ପ୍ରଦାନ କରାଯିବ। ଶୁକ୍ରବାର ଦିନ ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ଇଂରାଜୀ ଭାଷାରେ ପ୍ରମାଣପତ୍ର ମିଳୁଥିବା ବେଳେ ପ୍ରଥମ ଥର ପାଇଁ ଏହା ଓଡ଼ିଆରେ ମଧ୍ୟ ଉପଲବ୍ଧ ହେବ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଶନିବାର ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଆସନ୍ତା ମେ ୨ ତାରିଖ ଶନିବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଅପରାହ୍ଣ ୪ଟାରେ ବୋର୍ଡ ପକ୍ଷରୁ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ। ଏହାପରେ ସନ୍ଧ୍ୟା ୬ଟା ଠାରୁ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ୍ ୱେବସାଇଟ୍ www.bseodisha.ac.in ରେ ନିଜର ରେଜଲ୍ଟ ଦେଖିପାରିବେ। ଏହା ସହିତ ଷ୍ଟେଟ୍ ଓପନ୍ ସ୍କୁଲ ଏବଂ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ଏକାସାଙ୍ଗରେ ପ୍ରକାଶ ପାଇବ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ପରୀକ୍ଷା ଓ ମୂଲ୍ୟାୟନ ପ୍ରକ୍ରିୟା

ଚଳିତ ବର୍ଷ ରାଜ୍ୟରେ ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିପାଇଁ ମୋଟ ୫,୬୨,୬୧୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ରାଜ୍ୟର ୩୦୮୨ଟି କେନ୍ଦ୍ରରେ ପରୀକ୍ଷା କରାଯାଇଥିଲା। ଅନ୍ୟପକ୍ଷରେ ପ୍ରାୟ ୯,୯୩୦ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ। ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହୋଇଥିବା ମୂଲ୍ୟାୟନ ପ୍ରକ୍ରିୟାରେ ରାଜ୍ୟର ୫୧ଟି କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ନିୟୋଜିତ ହୋଇଥିଲେ। ମାତ୍ର ୧୫ ଦିନ ମଧ୍ୟରେ ଅର୍ଥାତ ଏପ୍ରିଲ ୨ ତାରିଖ ସୁଦ୍ଧା ସମସ୍ତ ଖାତାଦେଖା ଶେଷ ହୋଇଥିଲା ଏବଂ ବୋର୍ଡ ମୁଖ୍ୟାଳୟରେ ଉତ୍ତରଖାତା ଗଚ୍ଛିତ ରଖାଯାଇଥିଲା।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର