ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ବ୍ରହ୍ମପୁର ଗିରିରୋଡରେ ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ, କହିଲେ 'ରାଜ୍ୟରେ ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି'

Madhusudan Das Picture
Published On

ଭୁବନେଶ୍ୱର: ବ୍ରହ୍ମପୁର ଗିରିରୋଡରେ ଘଟିଥିବା ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏପରି ଅଭିଯୋଗ ଆଣି ରାଜ୍ୟର ବିଜେପି ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ରାଜ୍ୟରେ 'ଗୁଣ୍ଡାରାଜ' ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋସିଆଲ ମିଡ଼ିଆ ସାଇଟ 'X' ରେ ନବୀନ ଲେଖିଛନ୍ତି କି, ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି, ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି।

ଆହୁରି ପଢ଼ନ୍ତୁ: ଓଡିଶାରେ ଅପରାଧ ଉପରମୁହାଁ, କୋମାରେ ପୋଲିସ: ବିଜେଡି

ନବୀନ ଆହୁରି ମଧ୍ୟ ଲେଖିଛନ୍ତି କି, ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା?

ଆହୁରି ପଢ଼ନ୍ତୁ: ପୋଲିସକୁ ନାହିଁ ଟିକେ ବି ଭୟ, ବିଚ୍ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼

ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର।

ଆହୁରି ପଢ଼ନ୍ତୁ: ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ଅତିଥି ଭବନରେ ଉଚ୍ଚସ୍ତରୀୟ ବୈଠକ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ। ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରୁ ବୋଲି ନବୀନ ଦାବି କରିଛନ୍ତି ।  

19 May 2026 By Madhusudan Das

ବ୍ରହ୍ମପୁର ଗିରିରୋଡରେ ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ, କହିଲେ 'ରାଜ୍ୟରେ ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି'

ଭୁବନେଶ୍ୱର: ବ୍ରହ୍ମପୁର ଗିରିରୋଡରେ ଘଟିଥିବା ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏପରି ଅଭିଯୋଗ ଆଣି ରାଜ୍ୟର ବିଜେପି ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ରାଜ୍ୟରେ 'ଗୁଣ୍ଡାରାଜ' ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋସିଆଲ ମିଡ଼ିଆ ସାଇଟ 'X' ରେ ନବୀନ ଲେଖିଛନ୍ତି କି, ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି, ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି।

ନବୀନ ଆହୁରି ମଧ୍ୟ ଲେଖିଛନ୍ତି କି, ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା?

ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର।

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ। ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରୁ ବୋଲି ନବୀନ ଦାବି କରିଛନ୍ତି ।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର