ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ବାରଙ୍ଗ ପୋଲିସର ତଦନ୍ତ

Madhusudan Das Picture
Published On

କଟକ: କଟକ କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ପରେ କେହି ଦୁର୍ବୃତ୍ତ ମୃତଦେହକୁ ପୋତି ଦେଇଥିବା ସନ୍ଦେହ କରାଯାଉଛି । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର କେବଳ ହାତ ଓ ଗୋଡ଼ ଦେଖା ଯାଉଥିବା ବେଳେ ଅବଶିଷ୍ଟ ଶରୀର ବାଲି ଭିତରେ ପୋତି ହୋଇ ରହିଥିଲା । ତେବେ ମହିଳା ଜଣକ କିଏ ଓ ତାଙ୍କର ମୃତ୍ୟୁ କିଭଳି ହେଲା ତାହା ଜଣାପଡ଼ିନି । ହତ୍ୟା ପରେ କେହି ଦୁର୍ବୃତ୍ତ ମୃତଦେହକୁ ପୋତି ଦେଇଥିବା ସନ୍ଦେହ। ଘଟଣାସ୍ଥଳରେ ବାରଙ୍ଗ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ, ୨୪ ପର୍ଯ୍ୟନ୍ତ ପ୍ରଚଣ୍ଡ ଖରାରୁ ନିସ୍ତାର ନାହିଁ

ଏହା ହତ୍ୟାକାଣ୍ଡ ନା ଏହା ପଛରେ ଅନ୍ୟ କୌଣସି ଅପରାଧିକ ଦିଗ ରହିଛି, ତାହା ନିର୍ଦ୍ଧାରଣ କରିବା ପାଇଁ ପୋଲିସ ମୁଖ୍ୟତଃ ଫରେନ୍ସିକ୍ ରିପୋର୍ଟ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ଉପରେ ନିର୍ଭର କରୁଛି। କାଠଯୋଡ଼ି ନଦୀପଠାରେ ଏଭଳି ଚାଞ୍ଚଲ୍ୟକର ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଉଦ୍‌ବେଗ ପ୍ରକାଶ କରିବା ସହ ଏକ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ପୋଲିସର ସୂଚନା ମୁତାବକ, ଯାଞ୍ଚ ଏବଂ ପରିଚୟ ଚିହ୍ନଟ ପ୍ରକ୍ରିୟା ଶେଷ ହେବା ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।

ଆହୁରି ପଢ଼ନ୍ତୁ: ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍, ୬ ମୃତ

21 May 2026 By Madhusudan Das

କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହରେ ବାରଙ୍ଗ ପୋଲିସର ତଦନ୍ତ

କଟକ: କଟକ କାଠଯୋଡି ନଦୀ ପଠାରୁ ଅଧାପୋତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ପରେ କେହି ଦୁର୍ବୃତ୍ତ ମୃତଦେହକୁ ପୋତି ଦେଇଥିବା ସନ୍ଦେହ କରାଯାଉଛି । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର କେବଳ ହାତ ଓ ଗୋଡ଼ ଦେଖା ଯାଉଥିବା ବେଳେ ଅବଶିଷ୍ଟ ଶରୀର ବାଲି ଭିତରେ ପୋତି ହୋଇ ରହିଥିଲା । ତେବେ ମହିଳା ଜଣକ କିଏ ଓ ତାଙ୍କର ମୃତ୍ୟୁ କିଭଳି ହେଲା ତାହା ଜଣାପଡ଼ିନି । ହତ୍ୟା ପରେ କେହି ଦୁର୍ବୃତ୍ତ ମୃତଦେହକୁ ପୋତି ଦେଇଥିବା ସନ୍ଦେହ। ଘଟଣାସ୍ଥଳରେ ବାରଙ୍ଗ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି ।

ଏହା ହତ୍ୟାକାଣ୍ଡ ନା ଏହା ପଛରେ ଅନ୍ୟ କୌଣସି ଅପରାଧିକ ଦିଗ ରହିଛି, ତାହା ନିର୍ଦ୍ଧାରଣ କରିବା ପାଇଁ ପୋଲିସ ମୁଖ୍ୟତଃ ଫରେନ୍ସିକ୍ ରିପୋର୍ଟ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ଉପରେ ନିର୍ଭର କରୁଛି। କାଠଯୋଡ଼ି ନଦୀପଠାରେ ଏଭଳି ଚାଞ୍ଚଲ୍ୟକର ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଉଦ୍‌ବେଗ ପ୍ରକାଶ କରିବା ସହ ଏକ ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି। ପୋଲିସର ସୂଚନା ମୁତାବକ, ଯାଞ୍ଚ ଏବଂ ପରିଚୟ ଚିହ୍ନଟ ପ୍ରକ୍ରିୟା ଶେଷ ହେବା ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର