ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ବେଆଇନ କାରବାର ଅଭିଯୋଗରେ ଚଢ଼ାଉ

Madhusudan Das Picture
Published On

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡି ତାରିଣୀ ତ୍ରିପାଠୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା କାରବାର ଅଭିଯୋଗରେ ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡି ସ୍ଥିତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ରେଡ ବେଳେ ବ୍ୟାଙ୍କ ପାସବୁକ୍,ଇନସ୍ୟୁରେନସ୍ ଓ ଅନ୍ୟ ଆସବାବପତ୍ର ଜବତ କରି ଯାଞ୍ଚ କରୁଛି ଭିଜିଲାନ୍ସ । ଆଜି ସକାଳୁ ସକାଳୁ ଭିଜିଲାନ୍ସର ଟିମ୍ ଏହି ଚଢାଉ କରିଥିଲା । ଲ୍ୟାମ୍ପସ୍ ର ପରିଚାଳନା,ପାଚେରୀ ନିର୍ମାଣ ଓ ମରାମତିରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଛି ବୋଲି ଅଭିଯୋଗ ହୋଇଥିଲା । ପାଖାପାଖି ୭୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଆତ୍ମସାତ୍ ହୋଇଥିବା ଅଭିଯୋଗ ହୋଇଛି । 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ

ଲ୍ୟାମ୍ପସରେ ଅନିୟମିତତା ନେଇ କଲ୍ୟାଣସିଂହପୁର ଅଞ୍ଚଳର ଚାଷୀମାନେ ପୂର୍ବରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏକ ଲିଖିତ ଅଭିଯୋଗ କରିଥିଲେ । ଏହି ଅଭିଯୋଗକୁ ଆଧାର କରି ବିଭାଗ ତଦନ୍ତ କରି ଚଢାଉ କରିଥିବା ସୂଚନା ମିଳିଛି।  ବିଭାଗୀୟ ତଦନ୍ତ ରିପୋର୍ଟରେ ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ସହ ନିଜ ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।

ଆହୁରି ପଢ଼ନ୍ତୁ: ଇନଷ୍ଟାଗ୍ରାମରେ ବନ୍ଧୁ ହେବା ସାଜିଲା କାଳ: ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ବ୍ଲାକମେଲ୍ ଅଭିଯୋଗ

22 May 2026 By Madhusudan Das

କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ବେଆଇନ କାରବାର ଅଭିଯୋଗରେ ଚଢ଼ାଉ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ରାୟଗଡ଼ା କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡି ତାରିଣୀ ତ୍ରିପାଠୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା କାରବାର ଅଭିଯୋଗରେ ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡି ସ୍ଥିତ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ରେଡ ବେଳେ ବ୍ୟାଙ୍କ ପାସବୁକ୍,ଇନସ୍ୟୁରେନସ୍ ଓ ଅନ୍ୟ ଆସବାବପତ୍ର ଜବତ କରି ଯାଞ୍ଚ କରୁଛି ଭିଜିଲାନ୍ସ । ଆଜି ସକାଳୁ ସକାଳୁ ଭିଜିଲାନ୍ସର ଟିମ୍ ଏହି ଚଢାଉ କରିଥିଲା । ଲ୍ୟାମ୍ପସ୍ ର ପରିଚାଳନା,ପାଚେରୀ ନିର୍ମାଣ ଓ ମରାମତିରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଛି ବୋଲି ଅଭିଯୋଗ ହୋଇଥିଲା । ପାଖାପାଖି ୭୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ଆତ୍ମସାତ୍ ହୋଇଥିବା ଅଭିଯୋଗ ହୋଇଛି । 

ଲ୍ୟାମ୍ପସରେ ଅନିୟମିତତା ନେଇ କଲ୍ୟାଣସିଂହପୁର ଅଞ୍ଚଳର ଚାଷୀମାନେ ପୂର୍ବରୁ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏକ ଲିଖିତ ଅଭିଯୋଗ କରିଥିଲେ । ଏହି ଅଭିଯୋଗକୁ ଆଧାର କରି ବିଭାଗ ତଦନ୍ତ କରି ଚଢାଉ କରିଥିବା ସୂଚନା ମିଳିଛି।  ବିଭାଗୀୟ ତଦନ୍ତ ରିପୋର୍ଟରେ ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ସହ ନିଜ ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର