ଆସନ୍ତାକାଲିଠାରୁ ସ୍ଥଗିତ ରହିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତିମଣତି କାର୍ଯ୍ୟ

Madhusudan Das Picture
Published On

ପୁରୀ: ଆସନ୍ତାକାଲି ଠାରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ, ଭକ୍ତ, ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି। ସେହିପରି ଆଗାମୀ ପର୍ବପର୍ବାଣୀ, ବିଶେଷ କରି ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଅଛି। ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଥିବାରୁ ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଅଛି। 

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ଆସନ୍ତା ସପ୍ତାହରୁ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକ ସହ ରଥଯାତ୍ରା ପାଇଁ ବିଭିନ୍ନ ବୈଠକ ଆୟୋଜିତ ହେବ। ଏଣୁ ଆସନ୍ତାକାଲି ଠାରୁ ରତ୍ନଭଣ୍ଡାର ଅଳଙ୍କାର ଗଣତି କାର୍ଯ୍ୟକୁ ସ୍ଥଗିତ ରଖାଯିବା ନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ତେବେ ଜୁନ୍ ମାସରେ ପୁନର୍ବାର ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି କାର୍ଯ୍ୟ କରାଯିବା ନେଇ ଦିନ ସ୍ଥିରୀକୃତ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଅଛନ୍ତି।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

23 May 2026 By Madhusudan Das

ଆସନ୍ତାକାଲିଠାରୁ ସ୍ଥଗିତ ରହିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତିମଣତି କାର୍ଯ୍ୟ

ପୁରୀ: ଆସନ୍ତାକାଲି ଠାରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ, ଭକ୍ତ, ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି। ସେହିପରି ଆଗାମୀ ପର୍ବପର୍ବାଣୀ, ବିଶେଷ କରି ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଅଛି। ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଥିବାରୁ ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଅଛି। 

ଆସନ୍ତା ସପ୍ତାହରୁ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକ ସହ ରଥଯାତ୍ରା ପାଇଁ ବିଭିନ୍ନ ବୈଠକ ଆୟୋଜିତ ହେବ। ଏଣୁ ଆସନ୍ତାକାଲି ଠାରୁ ରତ୍ନଭଣ୍ଡାର ଅଳଙ୍କାର ଗଣତି କାର୍ଯ୍ୟକୁ ସ୍ଥଗିତ ରଖାଯିବା ନେଇ ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ତେବେ ଜୁନ୍ ମାସରେ ପୁନର୍ବାର ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି କାର୍ଯ୍ୟ କରାଯିବା ନେଇ ଦିନ ସ୍ଥିରୀକୃତ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର