ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ସ୍କୁଲ ଗୁଡ଼ିକର ଖରାଛୁଟି ଅବଧିକୁ ବୃଦ୍ଧି କରିବାକୁ ବିଚାର କରୁଛନ୍ତି। ପାଗର ସ୍ଥିତିକୁ ଆକଳନ କରିବା ପରେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ପ୍ରକାଶ କରିଛନ୍ତି। 

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ କହିଛନ୍ତି ଯେ, 'ଆଗାମୀ ଦିନରେ ଖରାଛୁଟି ବଢ଼ିବ କି ନାହିଁ ତାହା ସମୟ କହିବ। ଆମେ ସେହି ସମୟର ସ୍ଥିତି ଅନୁଧ୍ୟାନ କରି ପରବର୍ତ୍ତୀ ନିଷ୍ପତ୍ତି ନେବୁ।' ଗ୍ରୀଷ୍ମ ପ୍ରବାହ କମ୍ ନହେଲେ ଛୁଟି ଅବଧିକୁ ବୃଦ୍ଧି କରାଯାଇପାରେ ବୋଲି ସେ ସ୍ପଷ୍ଟ କରିଛନ୍ତି। 'ପିଲାମାନଙ୍କର ସୁରକ୍ଷା ହେଉଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରାଥମିକତା,' ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ରାଜ୍ୟ ସରକାର ଗତ ଏପ୍ରିଲ ୨୭ ତାରିଖରୁ ସମସ୍ତ ବିଦ୍ୟାଳୟ ପାଇଁ ଆଗୁଆ ଖରାଛୁଟି ଘୋଷଣା କରିଥିଲେ। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ଛୁଟି ଜୁନ୍ ୧୭ ତାରିଖରେ ଶେଷ ହେବାର ଥିଲା। ତେବେ ଖରାର ପ୍ରକୋପ ଉପରେ ନିର୍ଭର କରି ଏହି ଅବଧିରେ ପରିବର୍ତ୍ତନ କରାଯାଇପାରେ । 

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର