ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

Madhusudan Das Picture
Published On

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ । ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଶ୍ରୀକାନ୍ତଙ୍କୁ ଅଟକ ରଖି ପଚରାଉଚରା କରିବାସହ ତାଙ୍କ ଘର ଓ ଅଫିସ୍ ସମେତ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। 

ଆହୁରି ପଢ଼ନ୍ତୁ: ବାଲିଅନ୍ତା ବର୍ବରତାର ତଦନ୍ତ କରିବାକୁ ଭୁବନେଶ୍ବରରେ NHRC ଟିମ୍‌

ସୂଚନା ଅନୁସାରେ, ଏକ ଘରୋଇ ସ୍କୁଲକୁ ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏନେଇ ସଂପୃକ୍ତ ବ୍ୟକ୍ତି ଜଣକ ଭଦ୍ରକ ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଏସପିଙ୍କ ନିର୍ଦେଶ କ୍ରମେ ଆଜି ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଟିମ ଭଦ୍ରକକୁ ଆସି ଜଗି ରହିଥିଲା। ଶ୍ରୀକାନ୍ତ ଦାସ ତାଙ୍କ କାର୍ଯ୍ୟାଳୟରେ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଛି । ଲାଞ୍ଚ କାରବାର ଲିଙ୍କ୍‌ରେ ଶ୍ରୀକାନ୍ତଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି ରହିଛି । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

05 Jun 2026 By Madhusudan Das

ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ । ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଶ୍ରୀକାନ୍ତଙ୍କୁ ଅଟକ ରଖି ପଚରାଉଚରା କରିବାସହ ତାଙ୍କ ଘର ଓ ଅଫିସ୍ ସମେତ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। 

ସୂଚନା ଅନୁସାରେ, ଏକ ଘରୋଇ ସ୍କୁଲକୁ ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏନେଇ ସଂପୃକ୍ତ ବ୍ୟକ୍ତି ଜଣକ ଭଦ୍ରକ ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଏସପିଙ୍କ ନିର୍ଦେଶ କ୍ରମେ ଆଜି ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଟିମ ଭଦ୍ରକକୁ ଆସି ଜଗି ରହିଥିଲା। ଶ୍ରୀକାନ୍ତ ଦାସ ତାଙ୍କ କାର୍ଯ୍ୟାଳୟରେ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଛି । ଲାଞ୍ଚ କାରବାର ଲିଙ୍କ୍‌ରେ ଶ୍ରୀକାନ୍ତଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି ରହିଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର