କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

Madhusudan Das Picture
Published On

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାନପୁରପାଟଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ସକାଳେ ଏକ କୂଅ ସଫା କରିବା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ମିଳିଥିବା ସୂଚନା ଅନୁଯାୟୀ, ଗାଁର ସୁକାନ୍ତ ପରିଡ଼ାଙ୍କ କୂଅ ସଫା କରିବା ପାଇଁ କିଛି ଶ୍ରମିକ ନିୟୋଜିତ ହୋଇଥିଲେ। କୂଅ ଭିତରୁ ମାତ୍ର ଦୁଇରୁ ତିନି ବାଲଟି ପାଣି କାଢ଼ିବା ପରେ ଭିତରେ ଥିବା ଶ୍ରମିକମାନେ କୌଣସି ପ୍ରତିକ୍ରିୟା ଦେଇନଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଚିତ୍ତରଞ୍ଜନ ନାମକ ଅନ୍ୟ ଜଣେ ଶ୍ରମିକ କୂଅ ଭିତରକୁ ଯାଇଥିଲେ ମଧ୍ୟ କିଛି ସମୟ ପରେ ସେ ମଧ୍ୟ ସଜ୍ଞାହୀନ ହୋଇପଡ଼ିଥିଲେ। ଏହା ଦେଖି ଚିତ୍ତରଞ୍ଜନଙ୍କ ପୁଅ ନିଜ ବାପାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ କୂଅ ଭିତରେ ଅଚେତ ହୋଇଯାଇଥିଲେ। ସେମାନଙ୍କର ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ ଏବଂ ଦଉଡ଼ି ସାହାଯ୍ୟରେ ସେମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରଥମେ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁରୁତର ଅବସ୍ଥାରେ ଥିବା ବାପା ଏବଂ ପୁଅଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏହି ଅଘଟଣର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

09 Jun 2026 By Madhusudan Das

କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମାନପୁରପାଟଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ସକାଳେ ଏକ କୂଅ ସଫା କରିବା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗାଁର ସୁକାନ୍ତ ପରିଡ଼ାଙ୍କ କୂଅ ସଫା କରିବା ପାଇଁ କିଛି ଶ୍ରମିକ ନିୟୋଜିତ ହୋଇଥିଲେ। କୂଅ ଭିତରୁ ମାତ୍ର ଦୁଇରୁ ତିନି ବାଲଟି ପାଣି କାଢ଼ିବା ପରେ ଭିତରେ ଥିବା ଶ୍ରମିକମାନେ କୌଣସି ପ୍ରତିକ୍ରିୟା ଦେଇନଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଚିତ୍ତରଞ୍ଜନ ନାମକ ଅନ୍ୟ ଜଣେ ଶ୍ରମିକ କୂଅ ଭିତରକୁ ଯାଇଥିଲେ ମଧ୍ୟ କିଛି ସମୟ ପରେ ସେ ମଧ୍ୟ ସଜ୍ଞାହୀନ ହୋଇପଡ଼ିଥିଲେ। ଏହା ଦେଖି ଚିତ୍ତରଞ୍ଜନଙ୍କ ପୁଅ ନିଜ ବାପାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ କୂଅ ଭିତରେ ଅଚେତ ହୋଇଯାଇଥିଲେ। ସେମାନଙ୍କର ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ ଏବଂ ଦଉଡ଼ି ସାହାଯ୍ୟରେ ସେମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରଥମେ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁରୁତର ଅବସ୍ଥାରେ ଥିବା ବାପା ଏବଂ ପୁଅଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଏହି ଅଘଟଣର ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର