ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା: ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: କେଜିରୁ ପିଜି ଯାଏଁ ହେବ ଦେୟମୁକ୍ତ ଶିକ୍ଷା। ଓଡ଼ିଶା ସରକାର ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଏନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ ରାଜ୍ୟରେ ଏବେ କିଣ୍ଡରଗାର୍ଟେନ (କେଜି) ରୁ ଆରମ୍ଭ କରି ସ୍ନାତକୋତ୍ତର (ପିଜି) ପର୍ଯ୍ୟନ୍ତ ଶିକ୍ଷା ସମ୍ପୂର୍ଣ୍ଣ ମାଗଣା କରାଯିବ। ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଆହୁରି ପଢ଼ନ୍ତୁ: ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି ବେଦାନ୍ତ ଆଲୁମିନିୟମ

ଏହି ପଦକ୍ଷେପର ମୂଳ ଉଦ୍ଦେଶ୍ୟ ହେଉଛି ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଏବଂ ଛାତ୍ରଛାତ୍ରୀ, ବିଶେଷକରି ଅର୍ଥନୈତିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ପିଲାମାନଙ୍କ ପାଇଁ ଥିବା ଆର୍ଥିକ ପ୍ରତିବନ୍ଧକକୁ ଦୂର କରିବା। ନିଜ ସରକାରର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏହି ନୂତନ ଶିକ୍ଷା ନୀତି ଲାଗୁ ହେବା ପରେ ଓଡ଼ିଶା ସମଗ୍ର ଭାରତରେ ଏଭଳି ନିଷ୍ପତ୍ତି କାର୍ଯ୍ୟକାରୀ କରିବାରେ ପ୍ରଥମ ରାଜ୍ୟ ହେବ ବୋଲି ଶ୍ରୀ ମାଝୀ ଦର୍ଶାଇଛନ୍ତି। 

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର