ସ୍କୁଲ୍ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣା: ୩ ଜଣିଆ ତଦନ୍ତ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, ୭ ଦିନରେ ରିପୋର୍ଟ ତଲବ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଡ଼ା ଆଭିମୁଖ୍ୟ । ଏହି ତ୍ରୁଟିର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଏକ ୩ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତୁରନ୍ତ ଏହାର ସୁଧାର ଆଣିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଆଜି ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ସ୍କୁଲ ପାଠ୍ୟପୁସ୍ତକରେ ଥିବା ବିଭିନ୍ନ ତ୍ରୁଟିର କାରଣ ଅନୁସନ୍ଧାନ କରିବ। ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ମୁଖ୍ୟମନ୍ତ୍ରୀ ଏହି କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ବିସ୍ତୃତ ସମୀକ୍ଷା ପରେ, ପୁସ୍ତକଗୁଡ଼ିକରେ ଥିବା ଭୁଲକୁ ତୁରନ୍ତ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ନବଗଠିତ କମିଟି ଏହି ତ୍ରୁଟି ପାଇଁ ଦାୟୀ ଅଧିକାରୀ ଏବଂ ପ୍ରକାଶନ ସଂସ୍ଥାଗୁଡ଼ିକୁ ଚିହ୍ନଟ କରିବ। କମିଟିର ରିପୋର୍ଟ ଭିତ୍ତିରେ ଦୋଷୀ ପ୍ରମାଣିତ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। 

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର