ନର୍ସିଂ ପିଲାଙ୍କ ପାଇଁ ଖୁସି ଖବର: ବାହାରିଲା ୧୧,୦୦୬ ନର୍ସିଂ ଅଫିସର ପଦବୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ଯାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ଯାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

ଏହି ନୂତନ ପଦବୀ ଗୁଡିକ ମଧ୍ୟରେ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ସେହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସ୍ପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର