ବରଗଡ଼ର ପୂର୍ବତନ ଅବକାରୀ ଇନ୍ସପେକ୍ଟରଙ୍କୁ ଲାଞ୍ଚ ମାମଲାରେ ୩ ବର୍ଷର ସଶ୍ରମ କାରାଦଣ୍ଡ

Madhusudan Das Picture
Published On

ବରଗଡ଼: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦାୟର ହୋଇଥିବା ଏକ ଲାଞ୍ଚ ମାମଲାରେ ବରଗଡ଼ ସଦର ରେଞ୍ଜର ପୂର୍ବତନ ଅବକାରୀ ଇନ୍ସପେକ୍ଟର ଇନ୍ଦ୍ରଜିତ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ବରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ଏହି ଦୁର୍ନୀତି ମାମଲାରେ ୩ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ତାଙ୍କୁ ୧୦,୦୦୦ ଟଙ୍କା ଜୋରିମାନା ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

ଜଣେ ଅଭିଯୋଗକାରୀ ନିଜ ତେଜରାତି ଦୋକାନରେ ବିନା ଲାଇସେନ୍ସରେ ମହୁଲ ଫୁଲ ବିକ୍ରି କରୁଥିଲେ। ଏହି ଘଟଣାରେ ଅଭିଯୋଗକାରୀଙ୍କ ବିରୋଧରେ କୌଣସି ଅବକାରୀ ମାମଲା ରୁଜୁ ନକରିବା ପାଇଁ ଇନ୍ଦ୍ରଜିତ ସାହୁ ଲାଞ୍ଚ ମାଗିବା ସହ ଗ୍ରହଣ କରିଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ଦୁର୍ନୀତି ନିବାରଣ ଆଇନ, ୧୯୮୮ର ଧାରା ୧୩(୨), ୧୩(୧)(ଡି) ଏବଂ ଧାରା ୭ ଅନୁଯାୟୀ ଓଡ଼ିଶା ଭିଜିଲାନ୍ସ ତାଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଥିଲା।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଅବକାରୀ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ଥିବା ଇନ୍ଦ୍ରଜିତ ସାହୁ ବର୍ତ୍ତମାନ ଅବସର ଗ୍ରହଣ କରିସାରିଛନ୍ତି। ତେବେ କୋର୍ଟଙ୍କ ଦ୍ୱାରା ସେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କର ଅବସରକାଳୀନ ପେନସନ୍ ବନ୍ଦ କରିବା ପାଇଁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର