ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି କଲେ ସରକାର, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା

Madhusudan Das Picture
Published On

ଭୁବନେଶ୍ବର: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି । ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା । ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ ପାଣ୍ଠିରୁ ଆଇନଜୀବୀ ମାନଙ୍କୁ ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଇନଜୀବୀ ମାନଙ୍କ ପାଇଁ ଏହି ସହାୟତା ରାଶିର ପରିମାଣ ୪୦ ପ୍ରତିଶତ ବୃଦ୍ଧି କରିଛନ୍ତି। 

ଆହୁରି ପଢ଼ନ୍ତୁ: ଜୁନ ୨୯ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ପ୍ରବେଶ ମନା

ଏହାଦ୍ବାରା ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ହଜାର ହଜାର ଆଇନଜୀବୀ ମାନେ ଉପକୃତ ହୋଇପାରିବେ। ସୂଚନାଯୋଗ୍ୟ ଯେ, ଶେଷଥର ପାଇଁ ଆଇନଜୀବୀ ମାନଙ୍କର ଏହି ସହାୟତା ରାଶି ୨୦୨୧ ମସିହାରେ ବୃଦ୍ଧି ପାଇଥିଲା। 

ଆହୁରି ପଢ଼ନ୍ତୁ: ବିବାହ ଆଳରେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ୨୫ ଲକ୍ଷ ଓ ଆଇଫୋନ୍‌‌ ଠକିନେଲା ରସିକିଆ ଡାକ୍ତର, ବାନ୍ଧିଲା ପୋଲିସ

ଏହି ସହାୟତା ରାଶି ବୃଦ୍ଧିଦ୍ବାରା  ୫ ବର୍ଷ ବା ଏଥିରୁ କମ୍ ସମୟ ପାଇଁ କାର୍ଯ୍ୟରତ ଆଇନଜୀବୀ ମାନଙ୍କୁ କେବଳ ଦେହାନ୍ତ କ୍ଷେତ୍ରରେ ପରିବାରର ନିକଟତମ ଆତ୍ମୀୟଙ୍କୁ ୧,୦୫,୦୦୦ ଟଙ୍କା ସହାୟତା ଦିଆଯିବ। ଏହାପରେ ପ୍ରତ୍ୟେକ ଅଧିକ ବର୍ଷର ଅଭିଜ୍ଞତା ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ପାଇବ। ଅବସର ଓ ଦେହାନ୍ତ କ୍ଷେତ୍ରରେ ଏହି ସହାୟତା ମିଳିବ। ୩୦ ବର୍ଷ କାର୍ଯ୍ୟରତ ଥିଲେ, ଅବସର କ୍ଷେତ୍ରରେ ସମ୍ପୃକ୍ତ ଆଇନଜୀବୀଙ୍କୁ କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୬,୩୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ। ଏହା ସର୍ବାଧିକ ସହାୟତା ପରିମାଣ।

ଆହୁରି ପଢ଼ନ୍ତୁ: ଧାନ ବିକ୍ରି ସମସ୍ୟା ଓ ପ୍ରଶାସନିକ ଅବହେଳା; ରାଷ୍ଟ୍ରପତିଙ୍କ ନିକଟରେ ‘ଇଚ୍ଛାମୃତ୍ୟୁ’ ଆବେଦନ କଲେ ବରଗଡ଼ର ଯୁବଚାଷୀ

22 Jun 2026 By Madhusudan Das

ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି କଲେ ସରକାର, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି । ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା । ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ ପାଣ୍ଠିରୁ ଆଇନଜୀବୀ ମାନଙ୍କୁ ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଇନଜୀବୀ ମାନଙ୍କ ପାଇଁ ଏହି ସହାୟତା ରାଶିର ପରିମାଣ ୪୦ ପ୍ରତିଶତ ବୃଦ୍ଧି କରିଛନ୍ତି। 

ଏହାଦ୍ବାରା ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ହଜାର ହଜାର ଆଇନଜୀବୀ ମାନେ ଉପକୃତ ହୋଇପାରିବେ। ସୂଚନାଯୋଗ୍ୟ ଯେ, ଶେଷଥର ପାଇଁ ଆଇନଜୀବୀ ମାନଙ୍କର ଏହି ସହାୟତା ରାଶି ୨୦୨୧ ମସିହାରେ ବୃଦ୍ଧି ପାଇଥିଲା। 

ଏହି ସହାୟତା ରାଶି ବୃଦ୍ଧିଦ୍ବାରା  ୫ ବର୍ଷ ବା ଏଥିରୁ କମ୍ ସମୟ ପାଇଁ କାର୍ଯ୍ୟରତ ଆଇନଜୀବୀ ମାନଙ୍କୁ କେବଳ ଦେହାନ୍ତ କ୍ଷେତ୍ରରେ ପରିବାରର ନିକଟତମ ଆତ୍ମୀୟଙ୍କୁ ୧,୦୫,୦୦୦ ଟଙ୍କା ସହାୟତା ଦିଆଯିବ। ଏହାପରେ ପ୍ରତ୍ୟେକ ଅଧିକ ବର୍ଷର ଅଭିଜ୍ଞତା ପାଇଁ ସହାୟତା ରାଶି ପରିମାଣ ବୃଦ୍ଧି ପାଇବ। ଅବସର ଓ ଦେହାନ୍ତ କ୍ଷେତ୍ରରେ ଏହି ସହାୟତା ମିଳିବ। ୩୦ ବର୍ଷ କାର୍ଯ୍ୟରତ ଥିଲେ, ଅବସର କ୍ଷେତ୍ରରେ ସମ୍ପୃକ୍ତ ଆଇନଜୀବୀଙ୍କୁ କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୬,୩୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ। ଏହା ସର୍ବାଧିକ ସହାୟତା ପରିମାଣ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର