ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

Madhusudan Das Picture
Published On

ଭୁବନେଶ୍ୱର: ତାମିଲନାଡୁର ତିରୁଭାଲୁର ଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ମର୍ମନ୍ତୁଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ସେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଗଭୀର ଭାବେ ମର୍ମାହତ। ପ୍ରାଣ ହରାଇଥିବା ଶ୍ରମିକଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସେ ସମବେଦନା ଜଣାଇବା ସହ ଆହତ ଓଡ଼ିଆ ଶ୍ରମିକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ପ୍ରଭାବିତ ଶ୍ରମିକମାନଙ୍କୁ ସହାୟତା ଯୋଗାଇଦେବା ପାଇଁ ଓଡ଼ିଶା ସରକାର ଲଗାତାର ଭାବେ ତାମିଲନାଡୁ ସରକାରଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆହତ ଓଡ଼ିଆ ଶ୍ରମିକଙ୍କ ଉପଯୁକ୍ତ ଚିକିତ୍ସା ଏବଂ ଅନ୍ୟାନ୍ୟ ସହାୟତା ସୁନିଶ୍ଚିତ କରିବା ପାଇଁ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭାଲୁରରେ ପହଞ୍ଚିଛନ୍ତି। ସେଠାରେ ସେମାନେ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରିବା ସହିତ ଆହତ ଶ୍ରମିକଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ବ୍ୟବସ୍ଥା ତଦାରଖ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର