କରୋନା ଅପଡେଟ୍ ଓଡ଼ିଶା: ଚିହ୍ନଟ ହେଲେ ୯୮୬ ନୂଆ ସଂକ୍ରମିତ, ୬୯ ଆକ୍ରାନ୍ତଙ୍କ ମୃତ୍ଯୁ ଓ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୯୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୭୪ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୧୨ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୯ହଜାର ୧୭୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୨ହଜାର ୩୧୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୫୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି […]

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୯୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୭୪ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୧୨ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୯ହଜାର ୧୭୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୨ହଜାର ୩୧୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୫୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ସେହିପରି ରାଜ୍ୟରେ ଆଜି ୬୯ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୭ହଜାର ୨୨୩କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର