ଜୁଲାଇ ୩ ଯାଏଁ ବଢ଼ିଲା ରବି ଧାନ ସଂଗ୍ରହ ଅବଧି

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଧାନ ବିକ୍ରି ପାଇଁ ବାକି ଥିବା ଦୃଷ୍ଟିରୁ ଓଡ଼ିଶା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରବି ଧାନ ସଂଗ୍ରହର ସମୟସୀମାକୁ ଆସନ୍ତା ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ନୂଆପଡ଼ା, ବାଲେଶ୍ୱର ସମେତ ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ କିଛି ପରିମାଣରେ ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇନଥିବା ଜଣାପଡ଼ିବା ପରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଆଜି ରବି ଧାନ ସଂଗ୍ରହର ଶେଷ ତାରିଖ ଥିଲା। କିନ୍ତୁ କିଛି ଜିଲ୍ଲାରେ ଚାଷୀଙ୍କ ଧାନ ଏବେ ବି ବାକି ରହିଛି। ତେଣୁ ଆମେ ଜୁଲାଇ ୩ ଯାଏଁ ସମୟସୀମା ବଢ଼ାଇବାକୁ ନିଷ୍ପତ୍ତି ନେଇଛୁ। ଟୋକନ୍ ପାଇଥିବା ସମସ୍ତ ଚାଷୀଙ୍କୁ ଏଥିରେ ସାମିଲ କରାଯିବ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

୨୦ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ସରକାର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩,୩୬,୦୫୨ ଜଣ ଚାଷୀ ନିଜର ଧାନ ବିକ୍ରି କରିସାରିଛନ୍ତି ଏବଂ ସମୁଦାୟ ୧୮,୭୯,୯୧୯ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ କରାଯାଇସାରିଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି। 

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର