ସ୍କୁଲ୍ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି: ରାଜ୍ୟ ବିଜେପି ସରକାରଙ୍କୁ ତୀବ୍ର ସମାଲୋଚନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ସ୍କୁଲ୍ ପାଠ୍ୟପୁସ୍ତକରେ ବ୍ୟାପକ ଛପା ତ୍ରୁଟି ପ୍ରସଙ୍ଗରେ ରାଜ୍ୟ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ସେ କହିଛନ୍ତି ଯେ, ସରକାରଙ୍କ ଏପରି ଦାୟିତ୍ୱହୀନତା ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ପବିତ୍ର ବିଶ୍ୱାସକୁ ଭାଙ୍ଗି ଦେଇଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ବିଦ୍ୟାଳୟର ପୁସ୍ତକ କେବଳ ବହି ନୁହେଁ, ପ୍ରତ୍ୟେକ ଶିଶୁ ପାଇଁ ଏହା ହେଉଛି ସତ୍ୟ ଓ ତଥ୍ୟ ସହ ପରିଚିତ ହେବାର ପ୍ରଥମ ମାଧ୍ୟମ ବୋଲି ନବୀନ ପଟ୍ଟନାୟକ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ନବୀନ ଆହୁରି ମଧ୍ୟ କହିଛନ୍ତି କି, ଶିଶୁଟିଏ ଅନେକ କଥାକୁ ପ୍ରଶ୍ନ କରିପାରେ, କିନ୍ତୁ ସ୍କୁଲ ପାଠ୍ୟପୁସ୍ତକରେ ଛପା ହୋଇଥିବା ଶବ୍ଦକୁ କେବେ ସନ୍ଦେହ କରେ ନାହିଁ। ପାଠ୍ୟପୁସ୍ତକ ପ୍ରତି ସେମାନଙ୍କର ଅଗାଧ ବିଶ୍ୱାସ ଓ ଆସ୍ଥା ରହିଥାଏ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ସ୍କୁଲ ପାଠ୍ୟପୁସ୍ତକରୁ ଗୋଟିଏ ପୀଢ଼ି କେବଳ ତଥ୍ୟ ଶିଖେ ନାହିଁ, ବରଂ ବ୍ୟବସ୍ଥା ଓ ସମାଜ ପ୍ରତି ବିଶ୍ୱାସ ଏବଂ ଆସ୍ଥା ଗଢ଼ି ଉଠେ। ହେଲେ ଏବେ ସେହି ବିଶ୍ୱାସ କ୍ଷୁର୍ଣ୍ଣ ହୋଇଛି, କ୍ଷତି କେବଳ ମୁଦ୍ରଣ ତ୍ରୁଟିରେ ସୀମିତ ରହି ନାହିଁ; ଏହା ଆମ ପିଲାମାନଙ୍କ ଭବିଷ୍ୟତର ମୂଳଦୁଆ ଉପରେ ଆଘାତ ଦେଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ସ୍କୁଲ ପାଠ୍ୟପୁସ୍ତକ ପ୍ରତି ଓଡ଼ିଶାର ବିଜେପି ସରକାର କରିଥିବା ଚରମ ଅବହେଳା ଏହି ପବିତ୍ର ବିଶ୍ୱାସକୁ ଭାଙ୍ଗି ଦେଇଛି। ଏହାର ଶିକାର ହୋଇଛନ୍ତି ଆମର ଲକ୍ଷ ଲକ୍ଷ ନିରୀହ ଛାତ୍ରଛାତ୍ରୀ; ଯେଉଁମାନେ ହେଉଛନ୍ତି ଓଡ଼ିଶାର ଭବିଷ୍ୟତ, ଆଗାମୀକାଲିର ବାର୍ତ୍ତାବହ। 

ଭୁଲରେ ଭରା ପାଠ୍ୟପୁସ୍ତକ ଛାପିବା ଏବଂ ପରେ ସେଗୁଡ଼ିକୁ ପ୍ରତ୍ୟାହାର କରିବା ପ୍ରସଙ୍ଗରେ ବାରମ୍ବାର ନିଷ୍ପତ୍ତି ବଦଳାଇ, ପିଲାମାନଙ୍କ ଆସ୍ଥା ଓ ବିଶ୍ୱାସର ମୂଳଦୁଆକୁ ଦୁର୍ବଳ କରାଯାଉଛି।

ସରକାର ହୁଏତ ପରବର୍ତ୍ତୀ ସଂସ୍କରଣରେ ପାଠ୍ୟପୁସ୍ତକର ତ୍ରୁଟି ସୁଧାରିପାରନ୍ତି। କିନ୍ତୁ ଆମ ଓଡ଼ିଆ ପିଲାମାନଙ୍କର ଏକ ସମ୍ପୂର୍ଣ୍ଣ ପୀଢ଼ିର ବିଶ୍ୱାସକୁ ଭାଙ୍ଗିଦେବାକୁ ହୋଇଥିବା ଉଦ୍ୟମ ପାଇଁ ଉତ୍ତରଦାୟୀ କିଏ ହେବ? କୋମଳମତି ପିଲାମାନଙ୍କ ଆସ୍ଥା ଉପରେ ଯେଉଁ ଆଘାତ ହୋଇଛି, ତା'କୁ କ'ଣ କୌଣସି ସଂଶୋଧନ କେବେ ଭରିପାରିବ ବୋଲି ପ୍ରଶ୍ନ କରିଛନ୍ତି ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, ନିକଟରେ ବଣ୍ଟନ କରାଯାଇଥିବା ସ୍କୁଲ ବହିଗୁଡ଼ିକରେ ବ୍ୟାପକ ତ୍ରୁଟି ଦେଖିବାକୁ ମିଳିବା ପରେ ବିରୋଧୀ ଦଳ ଓ ଅଭିଭାବକମାନେ ତୀବ୍ର ଆପତ୍ତି ଉଠାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର