କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ, ଆସନ୍ତା ୪ ତାରିଖରେ ବରଗଡ଼ ଆସିବାର ଥିଲା

Madhusudan Das Picture
Published On

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରସ୍ତାବିତ ଓଡ଼ିଶା ଗସ୍ତ ବାତିଲ ହୋଇଛି। ଆସନ୍ତା ୪ ତାରିଖରେ ବରଗଡ଼ ଆସିବାର କାର୍ଯ୍ୟକ୍ରମ ରହିଥିଲା। ଗସ୍ତ ବାତିଲ ହୋଇଥିବା ନେଇ ବିଜେପି ରାଜ୍ୟ ସଭାପତିଙ୍କ ସୂଚନା । ତେବେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ବାତିଲ କ'ଣ ପାଇଁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।  କେବଳ ଗସ୍ତ ବାତିଲ ନେଇ ସୂଚନା ଦିଆଯାଇଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ହେବାକୁ ଥିବା ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଶ୍ରୀ ଶାହ ଜୁଲାଇ ୪ ଏବଂ ୫ ତାରିଖରେ ବରଗଡ଼ ଓ ସମ୍ବଲପୁରଠାରେ ଦୁଇଟି ବିଶାଳ ସାଧାରଣ ସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ଏହା ବ୍ୟତୀତ ପଶ୍ଚିମ ଓଡ଼ିଶାର ଏହି ପ୍ରମୁଖ ଜିଲ୍ଲାଗୁଡ଼ିକରେ ଦଳର ସାଙ୍ଗଠନିକ ସ୍ଥିତିକୁ ମଜବୁତ କରିବା ସହ ଜନସମ୍ପର୍କ ଅଭିଯାନରେ ସାମିଲ ହେବାର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଥିଲା। 

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର