ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବ ବର୍ଷା। ଆସନ୍ତା ଜୁଲାଇ ୨୨ ତାରିଖ ଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ବିଶେଷ କରି ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ପାଣିପାଗ ବିଭାଗ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଜୁଲାଇ ୨୪ ତାରିଖ ବେଳକୁ ଏକ ଲଘୁଚାପର ରୂପ ନେଇପାରେ। ଏହି ସମୟରେ ବାହୁଡ଼ା ଯାତ୍ରା ପଡ଼ୁଥିବାରୁ ଏହାର ପ୍ରଭାବରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖ ଠାରୁ ରାଜ୍ୟବ୍ୟାପୀ ବର୍ଷାର ପରିମାଣ ବଢ଼ିବ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ଜୁଲାଇ ୨୭ ରୁ ୩୦ ତାରିଖ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବର୍ତ୍ତମାନ ମୌସୁମୀ ସକ୍ରିୟ ଥିବାରୁ ଏହା ବର୍ଷା ପରିମାଣ ବୃଦ୍ଧିରେ ସହାୟକ ହେବ। କିଛି ସ୍ଥାନରେ ଘଡ଼ଘଡ଼ି ସହ ୧୦୦ ମିଲିମିଟର ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜୁଲାଇ ୨୨ ଏବଂ ୨୩ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇପାରେ। 

21 Jul 2026 By Madhusudan Das

ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିବ ବର୍ଷା। ଆସନ୍ତା ଜୁଲାଇ ୨୨ ତାରିଖ ଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ବିଶେଷ କରି ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଜୁଲାଇ ୨୪ ତାରିଖ ବେଳକୁ ଏକ ଲଘୁଚାପର ରୂପ ନେଇପାରେ। ଏହି ସମୟରେ ବାହୁଡ଼ା ଯାତ୍ରା ପଡ଼ୁଥିବାରୁ ଏହାର ପ୍ରଭାବରେ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖ ଠାରୁ ରାଜ୍ୟବ୍ୟାପୀ ବର୍ଷାର ପରିମାଣ ବଢ଼ିବ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହୋଇପାରେ।

ଜୁଲାଇ ୨୭ ରୁ ୩୦ ତାରିଖ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବର୍ତ୍ତମାନ ମୌସୁମୀ ସକ୍ରିୟ ଥିବାରୁ ଏହା ବର୍ଷା ପରିମାଣ ବୃଦ୍ଧିରେ ସହାୟକ ହେବ। କିଛି ସ୍ଥାନରେ ଘଡ଼ଘଡ଼ି ସହ ୧୦୦ ମିଲିମିଟର ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜୁଲାଇ ୨୨ ଏବଂ ୨୩ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇପାରେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର