ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

Madhusudan Das Picture
Published On

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀ ଭୁବନେଶ୍ୱରରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଝରଣା ବସ୍ତିର ବନମାଳୀ ଭୋଳ। ମିଳିଥିବା ସୂଚନା ଅନୁଯାୟୀ, ଗତ ଜୁଲାଇ ୧୫ ତାରିଖ ଦିନ କିଛି ଦୁର୍ବୃତ୍ତ ତାଙ୍କ ବାସଭବନ ନିକଟରେ ତାଙ୍କ ଉପରେ ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଦିତ୍ୟ ଲେଙ୍କା ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସୁଶୀଲ ସ୍ୱାଇଁ ଏବେ ବି ଫେରାର ଅଛି। ତାକୁ ଧରିବା ପାଇଁ ପୋଲିସ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ମଞ୍ଚେଶ୍ୱର ପୋଲିସ ପକ୍ଷରୁ ଏହି ଘଟଣାର ବିସ୍ତୃତ ତଦନ୍ତ ଆରମ୍ଭ ହୋଇଛି। ଆବଶ୍ୟକ ପଡ଼ିଲେ ତଦନ୍ତ ପ୍ରକ୍ରିୟାରେ ସାଇଣ୍ଟିଫିକ୍ ଟିମ୍ ବା ବୈଜ୍ଞାନିକ ଦଳକୁ ସାମିଲ କରାଯାଇପାରେ ବୋଲି ସୂଚନା ମିଳିଛି। ରାଜଧାନୀରେ ଏଭଳି ଅପରାଧିକ ଘଟଣା ସାଧାରଣ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

21 Jul 2026 By Madhusudan Das

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀ ଭୁବନେଶ୍ୱରରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଝରଣା ବସ୍ତିର ବନମାଳୀ ଭୋଳ। ମିଳିଥିବା ସୂଚନା ଅନୁଯାୟୀ, ଗତ ଜୁଲାଇ ୧୫ ତାରିଖ ଦିନ କିଛି ଦୁର୍ବୃତ୍ତ ତାଙ୍କ ବାସଭବନ ନିକଟରେ ତାଙ୍କ ଉପରେ ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି।

ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଦିତ୍ୟ ଲେଙ୍କା ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସୁଶୀଲ ସ୍ୱାଇଁ ଏବେ ବି ଫେରାର ଅଛି। ତାକୁ ଧରିବା ପାଇଁ ପୋଲିସ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ମଞ୍ଚେଶ୍ୱର ପୋଲିସ ପକ୍ଷରୁ ଏହି ଘଟଣାର ବିସ୍ତୃତ ତଦନ୍ତ ଆରମ୍ଭ ହୋଇଛି। ଆବଶ୍ୟକ ପଡ଼ିଲେ ତଦନ୍ତ ପ୍ରକ୍ରିୟାରେ ସାଇଣ୍ଟିଫିକ୍ ଟିମ୍ ବା ବୈଜ୍ଞାନିକ ଦଳକୁ ସାମିଲ କରାଯାଇପାରେ ବୋଲି ସୂଚନା ମିଳିଛି। ରାଜଧାନୀରେ ଏଭଳି ଅପରାଧିକ ଘଟଣା ସାଧାରଣ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର