ରାଜ୍ଯ କ୍ଯାବିନେଟରେ ୧୬ ପ୍ରସ୍ତାବ ଉପରେ ବାଜିଲା ମୋହର, ମିଶନ ଶକ୍ତି ନୂଆ ବିଭାଗ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥିସହ  ମିଶନ ଶକ୍ତି ନାମରେ ନୂଆ ବିଭାଗକୁ କ୍ୟାବିନେଟ୍ ଅନୁମୋଦନ ଦେଇଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏଥିସହ  ମିଶନ ଶକ୍ତି ନାମରେ ନୂଆ ବିଭାଗକୁ କ୍ୟାବିନେଟ୍ ଅନୁମୋଦନ ଦେଇଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

ଏଥିସହ ୧୦ଟି ଗ୍ରାମୀଣ ପାଇପ୍ ପାଣି ଯୋଗାଣ କାର୍ଯ୍ଯକୁ ମଞ୍ଜୁରୀ ମିଳିଛି । ଆଳି, ରାଜକନିକା, ଚିଲିକା, ଟାଙ୍ଗୀ, ବାଣପୁର, ଖୋର୍ଦ୍ଧା. ଜଟଣୀ, ଗନ୍ଦିଆଁ, ଭୁବନ, ଗୋଲମୁଣ୍ଡା, ଯାଜପୁର ଓ ବିଞ୍ଝାରପୁପ ବ୍ଲକରେ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ସ୍କିମରେ ନିର୍ମାଣ କାର୍ଯ୍ଯ କରାଯିବ । ଗ୍ରାମ୍ୟ ପାଇପ୍ ଜଳ ଯୋଜନାରେ ସମ୍ବଲପୁର ଜିଲ୍ଲାର ୨୬ଟି ପଞ୍ଚାୟତ ଓ ଝାରସୁଗୁଡ଼ା ବ୍ଲକର ୨ଟି ପଞ୍ଚାୟତରେ ନିର୍ମାଣ ହେବ ।

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲ୍ ଅଧୀନରେ ୨୫ ଏକର ଜମିରେ ଏମ୍ସ ସାଟେଲାଇଟ୍ ସେଣ୍ଟର ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଏଥିସହ ରାଜ୍ୟ ବିହନ ନିଗମକୁ ୧୦୦ କୋଟି ଟଙ୍କାର କର୍ପସ ଫଣ୍ଡ ପ୍ରଦାନ କରିବା ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏହି ଅର୍ଥ ଉନ୍ନତମାନର ବିହନ, ଚାରା ସଂଗ୍ରହ ଓ ଚାଷୀଙ୍କୁ ଯୋଗାଣ ପାଇଁ ବିନିଯୋଗ କରାଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସୁରକ୍ଷା ବିଭାଗ ଅଧିନରେ ଓଡ଼ିଶା ଭିନ୍ନକ୍ଷମ ପୁନର୍ବାସ ସେବା ନିୟମ ୨୦୧୧ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି ।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର