ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

Madhusudan Das Picture
Published On

କଟକ: ସଂସାର ଉଜାଡିଦେଲା ମୋବାଇଲ୍ । ମୋବାଇଲ ଦେଖିବାକୁ ବାରଣ କରିବାରୁ ଆତ୍ମହତ୍ୟା କଲା ପୁଅ । ପୁଅ ମୃତ୍ୟୁ ଖବର ପାଇ ମାଆ ପିଇଦେଲା ବିଷ । ବର୍ତ୍ତମାନ ମା' ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଏପରି ଏକ ଅତ୍ୟନ୍ତ ଦୁଃଖଦାୟକ ଘଟଣା ଘଟିଛି କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ହାତୀଖଣା ଗାଁରେ । ସବୁଠାରୁ ବଡ଼ ବିଡ଼ମ୍ବନାର ବିଷୟ ହେଉଛି, ପିଲାଟିର ବାପାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଦିନ ହିଁ ଏହି ଅଭାବନୀୟ ଘଟଣା ଘଟିଛି। ମୋବାଇଲ୍ ଫୋନ୍ ବ୍ୟବହାରକୁ ନେଇ ମା'ଙ୍କ ଗାଳି ଶୁଣିବା ପରେ ୧୫ ବର୍ଷର ନାବାଳକ ଆୟୁଷ୍ମାନ ସାହୁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣାରେ ମର୍ମାହତ ହୋଇ ତାଙ୍କ ମା' ମଧ୍ୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଏବଂ ବର୍ତ୍ତମାନ ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। 

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସୂଚନା ଅନୁଯାୟୀ, ମୃତ ନାବାଳକ ଜଣକ ହେଲେ ସ୍ୱର୍ଗତ ସୁବାସ ଚନ୍ଦ୍ର ସାହୁଙ୍କ ଏକମାତ୍ର ପୁଅ ଆୟୁଷ୍ମାନ ସାହୁ ଓରଫ୍ ସୋମୁ। ଗୁରୁବାର ଦିନ ତାଙ୍କ ବାପାଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ଥିବାରୁ ଘରେ ପୂଜାପାଠ ଚାଲିଥିଲା। ଏହି କାରଣରୁ ସୋମୁ ସ୍କୁଲ୍ ଯାଇନଥିଲେ। ସକାଳ ପ୍ରାୟ ୯ଟା ସମୟରେ ସୋମୁ ଏକାଗ୍ରତାର ସହ ମୋବାଇଲ୍ ଦେଖୁଥିବା ବେଳେ ତାଙ୍କ ମା' ତାଙ୍କୁ ତାଗିଦ୍ କରିବା ସହ ଫୋନ୍‌ଟିକୁ ଲୁଚାଇ ଦେଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ସୋମୁ ଘରେ ଥିବା କୀଟନାଶକ ପିଇ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ପରିବାର ଲୋକେ ସୋମୁଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଜଗତପୁରର ଏକ ଘରୋଇ ଡାକ୍ତରଖାନାରେ ଓ ପରେ କଟକର ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନିଜର ଏକମାତ୍ର ପୁଅର ମୃତ୍ୟୁ ଖବର ଶୁଣି ଭାଙ୍ଗି ପଡ଼ିଥିବା ମା' ମଧ୍ୟ ବିଷ ପିଇ ଦେଇଥିଲେ। ପଡ଼ୋଶୀମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି, ଯେଉଁଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଏହି ଘଟଣା ପରେ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର