ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାପ୍ରଭୁ: ରତ୍ନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ, ଆଜିଠୁ ମିଳିବ ନୀଳାଚଳ ଅବଢା
ପୁରୀ: ୧୨ ଦିନର ଲୀଳାଖେଳା ପରେ ଶ୍ରୀମନ୍ଦିରକୁ ବାହୁଡ଼ିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ପବିତ୍ର ନୀଳାଦ୍ରି ବିଜେ ସହିତ ଚଳିତ ବର୍ଷର ରଥଯାତ୍ରା ଭାବପୂର୍ଣ୍ଣ ପରିବେଶ ମଧ୍ୟରେ ଉଦଯାପିତ ହୋଇଛି। ନୀଳାଦ୍ରି ବିଜେ ମହୋତ୍ସବରେ ରତ୍ନସିଂହାସନରେ ଅଧିଷ୍ଠିତ ହେଲେ ମହାବାହୁ । ବଡ଼ଦାଣ୍ଡରୁ ଯାଇ ରତ୍ନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧା ମୂରତି। ଶ୍ରୀମନ୍ଦିର ରତ୍ନସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।
ଆଜି ମହାପ୍ରଭୁଙ୍କ ସକାଳ ଧୂପ ପରେ ଭକ୍ତମାନଙ୍କୁ ନୀଳାଚଳ ଅବଢ଼ା ମିଳିବ । ମହାପ୍ରଭୁ ରଥ ଉପରେ ଥିବାରୁ ମହାପ୍ରଭୁଙ୍କୁ ଶୁଖିଲା ଭୋଗ ଲାଗି ହେଉଥିଲା । ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ଆଜି ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଲାଗି ହେବ । ରଥଯାତ୍ରା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ପ୍ରଥମକରି ମହାପ୍ରସାଦ ଲାଗି ହେଉଥିବାରୁ ଏହାକୁ ନୀଳାଚଳ ଅବଢ଼ା ବୋଲି କୁହାଯାଇଥାଏ । ରଥଯାତ୍ରା ପୂର୍ବରୁ ଯେଉଁଭଳି ଭାବେ ଭକ୍ତମାନେ ମହାପ୍ରସାଦ ପାଇଥିଲେ । ଠିକ୍ ସେହିଭଳି ଭାବରେ ମହାପ୍ରସାଦ ଶ୍ରୀମନ୍ଦିର ପରିସରରେ ପାଇପାରିବେ । ମହାପ୍ରଭୁଙ୍କ ନିକଟରେ ଭୋଗ ହୋଇଥିବା ପ୍ରଥମ ନୀଳାଚଳ ଅବଢାକୁ ପାଇବା ପାଇଁ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି ।