ଅଗଷ୍ଟ ୩ରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Madhusudan Das Picture
Published On

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଗଷ୍ଟ ୩ ରୁ ୫ ତାରିଖ ଯାଏଁ ରହିବ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ। ଭୁବନେଶ୍ୱର ଓ କଟକରେ ରହିଛି ତାଙ୍କର ବିଭିନ୍ନ କାର୍ଯ୍ୟକ୍ରମ। ୩ ତାରିଖରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ଏହାପରେ ୪ ତାରିଖରେ ଭୁବନେଶ୍ୱର ରେଳ ଷ୍ଟେସନରୁ ଟ୍ରେନ୍ ଯୋଗେ ବ୍ରହ୍ମପୁର ଗସ୍ତ କରିବେ। 

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।ଏୟାରପୋର୍ଟଠାରୁ ରେଲୱେ ଷ୍ଟେସନ ଏବଂ ରୁଟ୍‌ ପର୍ଯ୍ୟନ୍ତ ସବୁଠି ରହିବ କଡ଼ା ସୁରକ୍ଷା। ରୁଟ୍‌ ଓ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ DCP ରାଙ୍କର ଅଧିକାରୀଙ୍କ ସହ SP ଓ ACP ରାଙ୍କର ଅଧିକାରୀମାନେ ନିୟୋଜିତ ରହିବେ। ସୁରକ୍ଷା ବ୍ୟବସ୍ଥାର ସମସ୍ତ ଦିଗକୁ ନିଜେ ନଜରରେ ରଖିବେ ପୋଲିସ କମିଶନର ଦେବଦତ୍ତ ସିଂ। ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ ପରିଚାଳନା ପାଇଁ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ପ୍ରାୟ ୪୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିବେ। ଏହାକୁ ନେଇ ଭୁବନେଶ୍ୱର ରେଳ ଷ୍ଟେସନରେ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ କମିଶନର ଦେବଦତ୍ତ ସିଂ। 

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର