ଆସନ୍ତା ୩ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୩ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷା ଯୋଗୁଁ ଓଡ଼ିଶାରେ ବନ୍ୟା ବିଭୀଷିକା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି, ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି

ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଥିବାରୁ ଆସନ୍ତା ସୋମବାର ଦିନ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇପାରିବ ନାହିଁ। ତେଣୁ ଏହି ଦିନ ନିଜର ସମସ୍ୟା ଜଣାଇବାକୁ ଆସିବାକୁ ଯୋଜନା କରୁଥିବା ସାଧାରଣ ଜନତାଙ୍କୁ ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଜନଶୁଣାଣି କେବେ ଅନୁଷ୍ଠିତ ହେବ, ସେନେଇ ଖବରକାଗଜ ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ଜରିଆରେ ସାଧାରଣ ଲୋକଙ୍କୁ ଖୁବଶୀଘ୍ର ଅବଗତ କରାଯିବ। 

ଆହୁରି ପଢ଼ନ୍ତୁ: ଆକାଶମାର୍ଗରୁ ବନ୍ୟାଞ୍ଚଳର ଅନୁଧ୍ୟାନ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

01 Aug 2026 By Madhusudan Das

ଆସନ୍ତା ୩ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୩ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଥିବାରୁ ଆସନ୍ତା ସୋମବାର ଦିନ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇପାରିବ ନାହିଁ। ତେଣୁ ଏହି ଦିନ ନିଜର ସମସ୍ୟା ଜଣାଇବାକୁ ଆସିବାକୁ ଯୋଜନା କରୁଥିବା ସାଧାରଣ ଜନତାଙ୍କୁ ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଜନଶୁଣାଣି କେବେ ଅନୁଷ୍ଠିତ ହେବ, ସେନେଇ ଖବରକାଗଜ ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ଜରିଆରେ ସାଧାରଣ ଲୋକଙ୍କୁ ଖୁବଶୀଘ୍ର ଅବଗତ କରାଯିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର