ବର୍ଷାରେ ଭିଜିବ ଓଡ଼ିଶା, ଅଗଷ୍ଟ ୧୦ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

Madhusudan Das Picture
Published On

ଭୁବନେଶ୍ୱର: ପୁଣି ବର୍ଷାରେ ଭିଜିବ ଓଡ଼ିଶା। ବିଶେଷକରି ଉପକୂଳ, ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୫ ଦିନ ଅର୍ଥାତ୍ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ସ୍ୱାଭାବିକଠାରୁ ୨୬% ଅଧିକ ବର୍ଷା ରେକର୍ଡ କରାଯାଇଛି। 

ଆହୁରି ପଢ଼ନ୍ତୁ: ପାତ୍ରପଡାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ସ୍ୱାଭାବିକ ଜୀବନଯାତ୍ରା ବାଧାପ୍ରାପ୍ତ ହେବାର ଆଶଙ୍କା ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପୁଣି ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି! 'ଅ' ବଦଳରେ 'ଚ'ରୁ ଆରମ୍ଭ ଓଡ଼ିଆ ବର୍ଣ୍ଣମାଳା, ଜାତୀୟ ସଙ୍ଗୀତରେ ବନାନ ଭୁଲ୍

ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ଅନ୍ୟ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୂଆପଡ଼ା, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି ଏବଂ କଳାହାଣ୍ଡି ସାମିଲ ରହିଛି। ଏହି ଅଞ୍ଚଳଗୁଡ଼ିକରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସୋୟାବିନ ତରକାରୀ ଖାଇ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ! ବସ୍ତା ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅଗଷ୍ଟ ୭ ଏବଂ ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି।

05 Aug 2026 By Madhusudan Das

ବର୍ଷାରେ ଭିଜିବ ଓଡ଼ିଶା, ଅଗଷ୍ଟ ୧୦ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ପୁଣି ବର୍ଷାରେ ଭିଜିବ ଓଡ଼ିଶା। ବିଶେଷକରି ଉପକୂଳ, ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୫ ଦିନ ଅର୍ଥାତ୍ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ସ୍ୱାଭାବିକଠାରୁ ୨୬% ଅଧିକ ବର୍ଷା ରେକର୍ଡ କରାଯାଇଛି। 

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ସ୍ୱାଭାବିକ ଜୀବନଯାତ୍ରା ବାଧାପ୍ରାପ୍ତ ହେବାର ଆଶଙ୍କା ଥିବାରୁ ସ୍ଥାନୀୟ ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ଅନ୍ୟ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୂଆପଡ଼ା, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି ଏବଂ କଳାହାଣ୍ଡି ସାମିଲ ରହିଛି। ଏହି ଅଞ୍ଚଳଗୁଡ଼ିକରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅଗଷ୍ଟ ୭ ଏବଂ ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର