ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଭାରତ ପକ୍ଷରୁ 'ଅଗ୍ନି-୪' ବାଲାଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ୪୦୦୦ କିମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା

ଶନିବାର ସକାଳ ୮:୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ସିଷ୍ଟମ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉପର ଯାଏଁ ବ୍ୟାପିଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏଡିଇଓ, ପିଏମଏୱାଇ ବୋନସ୍ ପାଇଁ ନେଉଥିଲେ ୪,୦୦୦ ଟଙ୍କା ଲାଞ୍ଚ

ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ।

ଆହୁରି ପଢ଼ନ୍ତୁ: କାଠ ଫାଳିଆରେ ପିଟି ହତ୍ୟା ପରେ ଭୂତ ଠେଲିଦେଲା ବୋଲି ନାଟକ ରଚିଥିଲା ଅଭିଯୁକ୍ତ, ଗିରଫ କଲା ପୋଲିସ

08 Aug 2026 By Madhusudan Das

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଶନିବାର ସକାଳ ୮:୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ସିଷ୍ଟମ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉପର ଯାଏଁ ବ୍ୟାପିଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର