ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଓ ଯଶୋବନ୍ତ ଜେଠୱା

Madhusudan Das Picture
Published On

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୱନ୍ତ କୁମାର ଜେଠୱାଙ୍କୁ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ଦିନ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପଦୋନ୍ନତି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବିଭ୍ରାଟ: ସେବାୟତଙ୍କ ବିବାଦ ଯୋଗୁଁ ଅଟକିଲା ପହୁଡ଼

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ ପଦୋନ୍ନତି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ରାଜ୍ୟ ସରକାରଙ୍କ ବିଧିବଦ୍ଧ ଅନୁମୋଦନ ପରେ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କୁ ଡିଜିପି ପାହ୍ୟାରେ ଅବସ୍ଥାପିତ କରାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରେମ ସମ୍ପର୍କକୁ ନେଇ କଙ୍ଗାରୁ କୋର୍ଟ, ଦୁଇ ଦିନ ବନ୍ଦୀ ରଖିବା ପରେ ପୁଲିସକୁ ଜିମା ଦେଲେ ଗ୍ରାମବାସୀ

ଏହି ଦୁଇ ଅଧିକାରୀ ଦୀର୍ଘ ଦିନ ଧରି ରାଜ୍ୟ ପୋଲିସ ବିଭାଗରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସୁଛନ୍ତି। ପ୍ରଚଳିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ଏହି ପଦୋନ୍ନତି ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର