ମନୋରଞ୍ଜନ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Madhusudan Das Picture
Published On

ପୁରୀ: ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୨ ତାରିଖ ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ନୀତି ସୁଚାରୁରୂପେ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ଦିନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନକୁ ସାମୟିକ ଭାବେ ବନ୍ଦ ରଖାଯିବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସନ୍ଧ୍ୟା ୭ଟା ପରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ। 

ଆହୁରି ପଢ଼ନ୍ତୁ: ରାଉରକେଲା ରେଳ ଷ୍ଟେସନରେ ଭୁଶୁଡ଼ିଲା ନବନିର୍ମିତ ସେଡ୍, ୩ ଆହତ

ଚିତାଲାଗି ଅମାବାସ୍ୟାକୁ ଓଡ଼ିଶାରେ ଚିତୌ ଅମାବାସ୍ୟା ଭାବରେ ମଧ୍ୟ ପାଳନ କରାଯାଏ, ଯାହାକି ଶ୍ରାବଣ ମାସର ଏକ ପ୍ରମୁଖ ପାରମ୍ପରିକ ପର୍ବ। ଏହି ପବିତ୍ର ଦିନରେ ରତ୍ନବେଦୀରେ ବିରାଜମାନ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଶ୍ରୀମୁଖରେ ମୂଲ୍ୟବାନ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଯାଇଥାଏ। ବାର୍ଷିକ ରଥଯାତ୍ରା ପୂର୍ବରୁ ସ୍ନାନ ପୂର୍ଣ୍ଣିମା ଦିନ ଶ୍ରୀଜୀଉଙ୍କ ଠାରୁ ଏହି ଚିତାଗୁଡ଼ିକୁ କାଢି ନିଆଯାଇଥିବା ବେଳେ, ଆଜିର ଦିନରେ ଏହାକୁ ପୁନର୍ବାର ପରିଧାନ କରାଯାଏ। 

ଆହୁରି ପଢ଼ନ୍ତୁ: ଆଜି ବିଶ୍ବ ହସ୍ତୀ ଦିବସ: ଅନାଥ ବବ୍‌ଲୁ ଏବେ ଶିମିଳିପାଳର ଜାଗ୍ରତ ପ୍ରହରୀ

11 Aug 2026 By Madhusudan Das

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୨ ତାରିଖ ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ନୀତି ସୁଚାରୁରୂପେ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ଦିନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନକୁ ସାମୟିକ ଭାବେ ବନ୍ଦ ରଖାଯିବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସନ୍ଧ୍ୟା ୭ଟା ପରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ। 

ଚିତାଲାଗି ଅମାବାସ୍ୟାକୁ ଓଡ଼ିଶାରେ ଚିତୌ ଅମାବାସ୍ୟା ଭାବରେ ମଧ୍ୟ ପାଳନ କରାଯାଏ, ଯାହାକି ଶ୍ରାବଣ ମାସର ଏକ ପ୍ରମୁଖ ପାରମ୍ପରିକ ପର୍ବ। ଏହି ପବିତ୍ର ଦିନରେ ରତ୍ନବେଦୀରେ ବିରାଜମାନ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଶ୍ରୀମୁଖରେ ମୂଲ୍ୟବାନ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଯାଇଥାଏ। ବାର୍ଷିକ ରଥଯାତ୍ରା ପୂର୍ବରୁ ସ୍ନାନ ପୂର୍ଣ୍ଣିମା ଦିନ ଶ୍ରୀଜୀଉଙ୍କ ଠାରୁ ଏହି ଚିତାଗୁଡ଼ିକୁ କାଢି ନିଆଯାଇଥିବା ବେଳେ, ଆଜିର ଦିନରେ ଏହାକୁ ପୁନର୍ବାର ପରିଧାନ କରାଯାଏ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର