ଦେବଗଡ଼ରେ ମଧ୍ୟାହ୍ନ ଭୋଜନ ଖାଇ ୪ ଛାତ୍ରୀ ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

Madhusudan Das Picture
Published On

ଦେବଗଡ଼: ମଧ୍ୟାହ୍ନ ଭୋଜନ ଖାଇ ୪ ଛାତ୍ରୀ ଗୁରୁତର । ଦେବଗଡ଼ ଜିଲ୍ଲାର ବାରକୋଟ ବ୍ଲକ ଅନ୍ତର୍ଗତ ନାଇକୁଳା ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ୪ ଜଣ ଛାତ୍ରୀ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ମିଳିଥିବା ସୂଚନା ଅନୁଯାୟୀ, ବିଦ୍ୟାଳୟରେ ଖାଦ୍ୟ ଖାଇବାର କିଛି ସମୟ ପରେ ଛାତ୍ରୀମାନେ ଅସୁସ୍ଥ ଅନୁଭବ କରିଥିଲେ। ପ୍ରଥମେ ଜଣେ ଛାତ୍ରୀଙ୍କୁ ସ୍ଥାନୀୟ ବାରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପରବର୍ତ୍ତୀ ସମୟରେ ଅନ୍ୟ ୩ ଜଣ ଛାତ୍ରୀଙ୍କ ଠାରେ ସମାନ ଲକ୍ଷଣ ଦେଖାଯିବାରୁ ସମସ୍ତ ୪ ଜଣଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ସେମାନଙ୍କୁ ଡାକ୍ତରଖାନାରେ ଅମ୍ଳଜାନ ସହାୟତା ଦିଆଯାଉଛି ଏବଂ ଡାକ୍ତରମାନେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ କଡ଼ା ନଜର ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଥିଲି ବ୍ଲକ୍ AEE ଙ୍କୁ ଗିରଫ କଲା ଭିଜିଲାନ୍ସ

ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ଯେ, ବର୍ତ୍ତମାନ ଛାତ୍ରୀମାନଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଥିବା ବେଳେ, ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାର ଅନୁଧ୍ୟାନ କରିବା ସହ ଖୁବଶୀଘ୍ର ଆବଶ୍ୟକୀୟ ଦୃଢ଼ ପଦକ୍ଷେପ ଗ୍ରହଣ କରିବେ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରତିବାଦରେ ଆଜି ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର