ମହିଳାଙ୍କ ବେକରୁ ଚେନ୍ ଛିଣ୍ଡାଇବାବେଳେ ବାଇକରୁ ଖସିପଡ଼ିଲା ଲୁଟେରା, ପୋଲିସରେ ଜିମା ଦେଲେ ସ୍ଥାନୀୟ ଲୋକେ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏମ୍ସ ହସ୍ପିଟାଲ୍ ସମ୍ମୁଖରେ ଏକ ଚେନ୍ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି। ମଙ୍ଗଳବାର ଦିନ ଜଣେ ମହିଳାଙ୍କ ବେକରୁ ଚେନ୍ ଛିଣ୍ଡାଇବାକୁ ପ୍ରୟାସ କରୁଥିବା ବେଳେ ଭାରସାମ୍ୟ ହରାଇ ବାଇକରୁ ଖସିପଡ଼ିଥିଲା ଜଣେ ଲୁଟେରା। ଏହାପରେ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରି ନିସ୍ତୁକ ମାଡ଼ ମାରିବା ସହ ପୋଲିସରେ ଜିମା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ମିଳିଥିବା ସୂଚନା ଅନୁଯାୟୀ, ଜଣେ ରୋଗୀଙ୍କ ସହ ଉକ୍ତ ମହିଳା ଜଣକ ହସ୍ପିଟାଲକୁ ଆସିଥିଲେ। ଏହି ସମୟରେ ବାଇକରେ ଆସିଥିବା ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ବେକରୁ ସୁନା ଚେନ୍ ଲୁଟିବାକୁ ଉଦ୍ୟମ କରିଥିଲେ। ତେବେ ମହିଳା ଜଣକ ନ ଡରି ଏହାର ବିରୋଧ କରିଥିଲେ ଏବଂ ଲୁଟେରାକୁ ଟାଣି ଧରିଥିଲେ। ଫଳରେ ବାଇକର ପଛରେ ବସିଥିବା ଲୁଟେରା ଜଣକ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିଲା। ମହିଳାଙ୍କ ଚିତ୍କାର ଶୁଣି ଆଖପାଖର ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସି ଉକ୍ତ ଯୁବକଙ୍କୁ କାବୁ କରିନେଇଥିଲେ। ଉତ୍ତ୍ୟକ୍ତ ଲୋକେ ଲୁଟେରାକୁ ଧରି ଉତ୍ତମ ମଧ୍ୟମ ଦେଇଥିଲେ ଏବଂ ପରେ ପୋଲିସକୁ ହସ୍ତାନ୍ତର କରିଥିଲେ।

ଆହୁରି ପଢ଼ନ୍ତୁ: ନଦୀରେ ଗାଧେଇବା ବେଳେ ପାଣିରେ ବୁଡିଗଲେ ଦୁଇ ନାବାଳକ ଭାଇ; ଜଣେ ମୃତ, ଅନ୍ୟ ଜଣେ ନିଖୋଜ

ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଲାସୀ ନେବା ବେଳେ ଗିରଫ ଯୁବକଙ୍କ ନିକଟରୁ ଗୋଟିଏ ବନ୍ଧୁକ ଜବତ ହୋଇଛି। ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତ ଜଣକ ଗଞ୍ଜାମ ଜିଲ୍ଲାର ବାସିନ୍ଦା ବୋଲି ଜଣାପଡ଼ିଛି। ତେବେ ବାଇକ୍ ଚଲାଉଥିବା ଅନ୍ୟ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର୍ ହୋଇଯିବାରେ ସକ୍ଷମ ହୋଇଛି। ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିବା ସହ ଫେରାର୍ ଅଭିଯୁକ୍ତକୁ ଧରିବା ପାଇଁ ପ୍ରୟାସ କରୁଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜରେ ଲଜ୍ଜା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର