ନିଖୋଜ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ସ୍କୁଲ ପଛ ନାଳରୁ ମିଳିଲା ରକ୍ତାକ୍ତ ମୃତଦେହ

Madhusudan Das Picture
Published On

କୋରାପୁଟ: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଗୁମୁଡା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟେ ଥିବା ଏକ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ହେଲେ ହରଡାଗୁଡା ପଞ୍ଚାୟତ ମାରଡା ମାଳିଗୁଡା ଗ୍ରାମର ଗୁରୁନାଥ। ସେ ଏହି ସ୍କୁଲରେ ଥିବା ଏବଂ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଛାତ୍ରାବାସରେ ରହି ପାଠ ପଢୁଥିଲେ। ଗତ ତିନି ଦିନ ଧରି ସେ ନିଖୋଜ ଥିବା ବେଳେ ଆଜି ତାଙ୍କର ମୃତଦେହ ଉଦ୍ଧାର ହେବା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁଜରାଟରୁ ଆସିଲେ ୧୪ଟି ବିଦେଶୀ ପ୍ରଜାତିର ୫୮ଟି ବନ୍ୟଜନ୍ତୁ

ରିପୋର୍ଟ ଅନୁଯାୟୀ, ଗତ ସୋମବାର ଠାରୁ ଗୁରୁନାଥ ଛାତ୍ରାବାସରୁ ନିଖୋଜ ଥିଲେ। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଯେ, ସ୍କୁଲ କର୍ତ୍ତୃପକ୍ଷ ଏହି ଘଟଣା ସମ୍ପର୍କରେ ପୋଲିସ କିମ୍ବା ଉଚ୍ଚ ଅଧିକାରୀଙ୍କୁ କୌଣସି ସୂଚନା ଦେଇନଥିଲେ। ଏପରିକି ଛାତ୍ରଙ୍କ ପରିବାର ଲୋକଙ୍କୁ ମଧ୍ୟ ଏ ବିଷୟରେ ଅବଗତ କରାଯାଇନଥିଲା ବୋଲି ସେମାନେ ଅଭିଯୋଗ କରିଛନ୍ତି। ସ୍କୁଲ ପଛପଟ ନାଳରେ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିବା ପରେ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ନୃସିଂହ ନାଥ ଶତପଥୀ ଏହି ଘଟଣାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ

ଖବର ପାଇ ବି. ସିଂହପୁର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ଏହି ଘଟଣା ଏକ ଦୁର୍ଘଟଣା ନା ଏହା ପଛରେ କୌଣସି ଷଡ଼ଯନ୍ତ୍ର ରହିଛି, ସେନେଇ ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ। ସ୍କୁଲ କର୍ତ୍ତୃପକ୍ଷଙ୍କ ସମ୍ଭାବ୍ୟ ଅବହେଳା ଏବଂ ଛାତ୍ରଙ୍କ ମୃତ୍ୟୁର କାରଣ ଖୋଜିବା ପାଇଁ ପୋଲିସ ବିଭିନ୍ନ ଦିଗରୁ ଛାନଭିନ୍ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଗୁରୁ ନାଁରେ କଳଙ୍କ: ନାବାଳକ ଛାତ୍ରଙ୍କ ସହ ଅପ୍ରାକୃତିକ ଯୌନ କ୍ରିୟା, କଲେଜ ଅଧ୍ୟକ୍ଷ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର