ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ନିଖୋଜ ବାରିପଦାର କୁଲସୁମ, ଶୀଘ୍ର ଖୋଜି ଆଣିବାକୁ ପ୍ରଶାସନ ନିକଟରେ ନିବେଦନ

Madhusudan Das Picture
Published On

ବାରିପଦା: ନେପାଳର ପ୍ରଳୟଙ୍କାରୀ ବନ୍ୟା ପରେ ନିଖୋଜ ହୋଇଛନ୍ତି ବାରିପଦା ପୌରପାଳିକାର ୨୩ ନମ୍ବର ୱାର୍ଡ ଅଞ୍ଚଳର ୨୧ ବର୍ଷୀୟା କୁଲସୁମ ନିଗାର। ନେପାଳର ପୋଖରା ଅଞ୍ଚଳକୁ ଟ୍ରେକିଂ ପାଇଁ ଯାଇଥିବା କୁଲସୁମଙ୍କ ସହ ଗତ ୨୫ ତାରିଖରୁ ପରିବାରର ଯୋଗାଯୋଗ ହୋଇପାରୁନାହିଁ ବୋଲି ବାପା ଶେଖ୍ ସଲାମତ ଉଲ୍ଲା କହିଛନ୍ତି । ଫଳରେ ପରିବାର ଲୋକଙ୍କ ମଧ୍ୟରେ ଚିନ୍ତା ଓ ଆତଙ୍କ ବଢ଼ିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଅଗଷ୍ଟ ୨୧ ତାରିଖରେ କୁଲସୁମ ବାରିପଦାରୁ ବସ୍ ଯୋଗେ କୋଲକାତା ଯାଇଥିଲେ। ସେଠାରେ ଭୁବନେଶ୍ୱରରୁ ଯାଇଥିବା ତାଙ୍କ ସାଙ୍ଗ ଦୀପିକା ଏକ୍କାଙ୍କ ସହ ମିଥିଳା ଏକ୍ସପ୍ରେସ୍ ଯୋଗେ ବିହାରର ରକ୍ସୋଲରେ ପହଞ୍ଚିଥିଲେ। ରକ୍ସୋଲରୁ ଏକ ୧୨ ଜଣିଆ ଟିମ୍ ସହ ଟ୍ୟାକ୍ସି ଯୋଗେ ନେପାଳର ପୋଖରା ଯାଇଥିଲେ। ଅଗଷ୍ଟ ୨୫ ତାରିଖ ସକାଳ ପ୍ରାୟ ୧୧ଟା ସମୟରେ କୁଲସୁମ ଟ୍ରେକିଂ ପାଇଁ ବାହାରିଥିଲେ। ବାହାରିବା ପୂର୍ବରୁ ସେ ଘରକୁ ଫୋନ୍ କରି ଜଣାଇଥିଲେ ଯେ, ଟ୍ରେକିଂ ଅଞ୍ଚଳରେ ମୋବାଇଲ୍ ନେଟୱାର୍କ ଉପଲବ୍ଧ ନ ହୋଇପାରେ। ତେଣୁ ଫେରିବା ପରେ ହିଁ ପରିବାର ସହ ଯୋଗାଯୋଗ କରିବେ ବୋଲି କହିଥିଲେ। ତେବେ ନେପାଳରେ ଘଟିଥିବା ସାମ୍ପ୍ରତିକ ଦୁଃଖଦ ଘଟଣା ସମ୍ପର୍କରେ ଖବର ପାଇବା ପରେ ପରିବାରର ଚିନ୍ତା ବଢ଼ିଯାଇଛି। କୁଲସୁମଙ୍କ ବଡ ଭଉଣୀ ତରନମ୍ ନିଗାର ବାରମ୍ବାର ଫୋନ୍ କରିଥିଲେ ମଧ୍ୟ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇନାହିଁ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

କୁଲସୁମଙ୍କ ସୁରକ୍ଷାକୁ ନେଇ ଆଶଙ୍କା ପ୍ରକାଶ କରି ପରିବାର ଲୋକେ ଉଦ୍ଧାର ପାଇଁ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି। ନେପାଳ ପ୍ରଶାସନ ସହ ଯୋଗାଯୋଗ କରି ନିଖୋଜ କୁଲସୁମଙ୍କୁ ଶୀଘ୍ର ଖୋଜି ବାହାର କରି ସୁରକ୍ଷିତ ଭାବେ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ଦାବି କରାଯାଇଛି। କୁଲସୁମ କେଉଁଠି ଅଛନ୍ତି, ତାଙ୍କ ସୁରକ୍ଷା ନେଇ ପରିବାର ଅନିଶ୍ଚିତତାରେ। 

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର